ବ୍ରହ୍ମପୁର ରେଳଷ୍ଟେଶନରେ ଓହ୍ଲାଇଲେ ୩୬ ଯାତ୍ରୀ

ବ୍ରହ୍ମପୁର ଅଫିସ,୩ା୬-ପ୍ରଥମକରି ଯାତ୍ରୀଙ୍କୁ ନେଇ ସିକନ୍ଦରାବାଦରୁ ହାଓଡ଼ା ଅଭିମୁଖେ ବାହାରିଥିବା ଫଲକନାମା ଏକ୍ସପ୍ରେସ୍‌ ମଙ୍ଗଳବାର ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିଥିଲା। ସେଥିରୁ ୩୬ ଜଣ ଯାତ୍ରୀ ବ୍ରହ୍ମପୁର ରେଳାଷ୍ଟେଶନରେ ଓହ୍ଲାଇଥିଲେ। ସେହିପରି ହାଓଡା ଅଭିମୁଖେ ୭ ଯାତ୍ରୀ ଉକ୍ତ ଟ୍ରେନରେ ଚଢିଥିଲେ ବୋଲି ଷ୍ଟେଶନ ମାଷ୍ଟର ଦୁର୍ଗା ପ୍ରସାଦ ବ୍ରହ୍ମା ସୂଚନା ଦେଇଛନ୍ତି। ସେହିପରି ମଙ୍ଗଳବାର ବିଳମ୍ବିତ ରାତିରେ ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ ବ୍ରହ୍ମପୁର ଦେଇ ଭୁବନେଶ୍ୱର ଅଭିମୁଖେ ଯିବ ବୋଲି ଜଣାପଡିଛି। ଏଥିରେ ଥିବା କେତେକ ଯାତ୍ରୀ ବ୍ରହ୍ମପୁର ଷ୍ଟେଶନରେ ଓହ୍ଲାଇବେ ବୋଲି ବ୍ରହ୍ମା କହିଛନ୍ତି। ଫଲକନାମା ଟ୍ରେନରେ ଆସି ବ୍ରହ୍ମପୁରରେ ଓହ୍ଲାଇଥିବା ଯାତ୍ରୀମାନଙ୍କୁ ସ୍କ୍ରିନିଂ କରାଯାଇ ବାହାରକୁ ଛଡା ଯାଇଥିଲା। ସେହିପରି ଉକ୍ତ ଟ୍ରେନରେ ବ୍ରହ୍ମପୁରରୁ ଯାତ୍ରା କରିବା ପାଇଁ ଅପେକ୍ଷା କରିଥିବା ଯାତ୍ରୀଙ୍କ ମଧ୍ୟ ସ୍କ୍ରିନିଂ କରାଯାଇଥିଲା। ସାମାଜିକ ଦୂରତ୍ୱ ପାଳନ ଦୃଷ୍ଟିରୁ ଟ୍ରେନରେ ଶତକଡା ୫୦ ଯାତ୍ରୀ ସଂରକ୍ଷିତ ବଗିରେ ଯାତ୍ରା କରିଥିଲେ ବୋଲି ସେ କହିଛନ୍ତି। ସେହିପରି ବୁଧବାର ଉଭୟ ଟ୍ରେନ ବ୍ରହ୍ମପୁର ଦେଇ ମଧ୍ୟ ଯାତ୍ରା କରିବ ବୋଲି ସେ କହିଛନ୍ତି। ଟ୍ରେନ ଚଳାଚଳ ସାମାନ୍ୟ ସ୍ବାଭାବିକ ହୋଇଥିବାରୁ ଦୀର୍ଘ ଦିନ ଧରି ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଲୋକମାନେ ନିଜ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri