ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୩ା୬:  ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି ସମୟରେ ବାଟ ଓଗାଳିଥିଲେ ଶିଶୁପାଳ। ଦୁହିଁଙ୍କ ମଧ୍ୟରେ ଯୁଦ୍ଧ ହେଲା। ଶେଷରେ ଶିଶୁପାଳଙ୍କୁ ପରାସ୍ତ କରି ରଥରେ ବାନ୍ଧି ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ। ମଙ୍ଗଳବାର ପବିତ୍ର ଜ୍ୟେଷ୍ଠ ଶୁକ୍ଳ ଏକାଦଶୀରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରୁକ୍ମିଣୀ ହରଣ ଓ ବିବାହ ନୀତି ସମ୍ପନ୍ନ ହୋଇଛି। ଏହି ଦିବସକୁ ରୁକ୍ମିଣୀ ହରଣ ଏକାଦଶୀ ମଧ୍ୟ କୁହାଯାଏ।
ସକାଳ ଧୂପ ପୂଜା ବେଳେ ଦକ୍ଷିଣୀ ଘରେ ମଦନମୋହନ (ଶ୍ରୀକୃଷ୍ଣ)ଙ୍କ ବେଶ ହୋଇଥିଲା। ପରେ ମଦନମୋହନ ରତ୍ନସିଂହାସନକୁ ବିଜେ ହୋଇଥିଲେ। ଭୋଗ ମଣ୍ଡପ ପରେ ମହାପ୍ରଭୁଙ୍କଠାରୁ ମଦନମୋହନ ଆଜ୍ଞାମାଳ ପାଇ ଜୟ ବିଜୟ ଦ୍ୱାରକୁ ବିଜେ କରିଥିଲେ। ସକାଳ ଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ (ରୁକ୍ମିଣୀ)ଙ୍କୁ ଦେଇଥିଲେ। ମହାଜନ ସେବକ ରୁକ୍ମିଣୀଙ୍କୁ ସାତପାହାଚସ୍ଥିତ ପାଲିଙ୍କିରେ ବିଜେ କରାଇଥିଲେ। ବିମାନବଡୁମାନେ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ନେଇଥିଲେ। ସେଠାକାର ଜଗମୋହନରେ ଥିବା ଖଟରେ ରୁକ୍ମିଣୀ ବିଜେ ହୋଇଥିଲେ। ରୁକ୍ମିଣୀଙ୍କ ପଞ୍ଚାମୃତ ମହାସ୍ନାନ, ମାଜଣା, ବନକ ଲାଗି ଏବଂ ଅଳଙ୍କାର ଲାଗିହୋଇ ବେଶ ହୋଇଥିଲା। ଏହି ସମୟରେ ତଢାଉକରଣ ରୁକ୍ମିଣୀଙ୍କ ବିଶ୍ୱସ୍ତ ରୂପେ ତାଳପତ୍ର ଓ ଲେଖନୀ ନେଇ ଉପସ୍ଥିତ ଥିଲେ। ଭିତରଚ୍ଛ ମହାପାତ୍ର ଉକ୍ତ ତାଳପତ୍ର ଓ ଲେଖନୀ ନେଇ ରୁକ୍ମିଣୀଙ୍କ ଶ୍ରୀହସ୍ତ ଛୁଅଁା କରି ତଢାଉକରଣଙ୍କୁ ଦେଇଥିଲେ। ତଢାଉକରଣ ରୁକ୍ମିଣୀଙ୍କ ମନୋଭାବ ସମ୍ପର୍କରେ ମହାପ୍ରଭୁଙ୍କୁ ଚିଟାଉ ଲେଖିଥିଲେ। ଭିତରଚ୍ଛ ମହାପାତ୍ର ଚିଟାଉ ନେଇ ରୁକ୍ମିଣୀଙ୍କ ଶ୍ରୀହସ୍ତ ମୁଦ କରାଇଥିଲେ। ଏହାପରେ ବିପ୍ର ବ୍ରାହ୍ମଣ ରୂପରେ ଜଣେ ସେବକ ଚିଟାଉ ନେଇ ଜୟ ବିଜୟ ଦ୍ୱାରଠାରେ ଥିବା ମହାପ୍ରଭୁଙ୍କ ନିକଟକୁ ଯାଇଥିଲେ। ସେଠାରେ ପୁରାଣ ପଣ୍ଡା, ପୂଜାପଣ୍ଡା ଓ ପାଳିଆ ଖୁଣ୍ଟିଆ ଥାଇ ବଚନିକା ହୋଇଥିଲା। ମଦନମୋହନ ରଥରେ ବିଜେ ହୋଇ ବିମଳା ମନ୍ଦିର ନିକଟକୁ ଯାଇ ରୁକ୍ମିଣୀକୁ ଅପେକ୍ଷା କରିଥିଲେ। ମହାଲକ୍ଷ୍ମୀ ମନ୍ଦିରରୁ ରୁକ୍ମିଣୀ ପାଲିଙ୍କିରେ ବିଜେ ହୋଇ ବିମଳାଙ୍କ ମନ୍ଦିରକୁ ଆସିଥିଲେ। ଦର୍ଶନ ସାରି ବାହାରିବା ବେଳେ ରୁକ୍ମିଣୀଙ୍କୁ ମହାପ୍ରଭୁ ବିମଳା ମନ୍ଦିର ଦ୍ୱାର ନିକଟରୁ ହରଣ କରି ରଥରେ ବସାଇ ନେଇଥିଲେ। ସରସ୍ବତୀ ଦେଉଳ ସମ୍ମୁଖରେ ଶିଶୁପାଳ ପ୍ରତିରୋଧ କରିଥିଲେ। ଉଭୟଙ୍କ ମଧ୍ୟରେ ଯୁଦ୍ଧ ହୋଇଥିଲା। ମହାପ୍ରଭୁ ଶିଶୁପାଳଙ୍କୁ ପରାସ୍ତ କରି ରଥରେ ବାନ୍ଧି ଦେଇଥିଲେ। ଦକ୍ଷିଣୀ ଘରୁ ବଳଦେବ ବିମାନରେ ଆସି ଶିଶୁପାଳଙ୍କୁ ବନ୍ଧନ ମୁକ୍ତ କରିଥିଲେ। ପରେ ବଳଦେବ ଦକ୍ଷିଣୀ ଘରକୁ ଏବଂ ମଦନମୋହନ ଓ ରୁକ୍ମିଣୀ ବିବାହ ମଣ୍ଡପକୁ ବିଜେ କରିଥିଲେ। ସନ୍ଧ୍ୟାଧୂପ ପୂଜା ବସିବା ସମୟରେ ବିବାହ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚନ୍ଦନ ଲାଗି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri