ପଛରୁ ଧକ୍କାଦେଲା ଟ୍ରକ, ଚାଲିଗଲା ମା’ ପୁଅଙ୍କ ଜୀବନ

ଯୋଡ଼ା,୪ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ନିର୍ମାଣାଧୀନ ୫୨୦ ନଂ. ଜାତୀୟ ରାଜପଥର କଣ୍ଡରାଠାରେ ଗୁରୁବାର ଟ୍ରକ ଧକ୍କାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ଆଜି ସକାଳେ ଦଡୁଆଁ ଗ୍ରାମର ସୁଲକ୍ଷିଣୀ ଗିରି ଓ ତାଙ୍କ ପୁଅ ସୁଶୀଲ ଏକ ବାଇକ୍‌ ନଂ ଓଆର ୦୯ ଏନ୍‌ ୪୧୪୨ ଯୋଗେ ବାସୁଦେବପୁର ଡାକ୍ତରଖାନାରୁ ଘରକୁ ଆସୁଥିବା ବେଳେ କଣ୍ଡରା ଛକଠାରେ ଏକ ଦଶ ଚକିଆ ଟ୍ରକ ସେମାନଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସୁଲକ୍ଷିଣୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ପୁଅ ସୁଶୀଲଙ୍କୁ ଗୁରୁତର ଅବସ୍ଥାରେ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲେ ହେଁ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ଟ୍ରକ୍‌ ଜବତ କରିଛି। ତେବେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।
ସୂଚନାଯୋଗ୍ୟ, ଜାତୀୟ ରାଜପଥ ନିର୍ମାଣ କରୁଥିବା ଠିକାସଂସ୍ଥା ଡାଇଭର୍ସନ ରାସ୍ତା ନିର୍ମାଣ କରୁନାହିଁ। ଫଳରେ ଦୁର୍ଘଟଣା ନିତି ଦିନିଆ ଘଟଣାରେ ପରିଣତ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri