ଶହେ ଟଙ୍କା ନ ଦେବାରୁ ଜଳ ଯୋଗାଣ ବନ୍ଦ

କୋରୁକୋଣ୍ଡା,୪ା୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତପାରି-୩ ପଞ୍ଚାୟତର ଏମ୍‌ଭି ୧୦୪ ଗ୍ରାମର ତଳସାହି (ନାଡିଲାଇନ)ରେ ଜଳ ଯୋଗାଣ ଟଙ୍କା ନ ଦେବାକୁ ବନ୍ଦ ହୋଇଥିବା ଅଭିଯୋଗ ହୋଇଛି। ଏହି ସାହିରେ ନଳକୂପଟିଏ ନାହିଁ। ପ୍ରାୟ ୨୦ ପରିବାରର ଶତାଧିକ ଲୋକ ପାନୀୟ ଜଳ ପାଇଁ ସମସ୍ୟାରେ ପଡିଛନ୍ତି। ଖନନ ହୋଇଥିବା ନଳକୂପ ପାଣି ପାନୀୟ ଉପଯୋଗୀ ନ ହେବାରୁ ପଞ୍ଚାୟତ ପକ୍ଷରୁ ୭ବର୍ଷ ତଳେ ନାଲିରଙ୍ଗ ମରାଯାଇଥିଲା। ଏହା ପରେ ଆଉ ନୂତନ ନଳକୂପ ଖନନ ହୋଇ ନ ଥିଲା। ବାଧ୍ୟହୋଇ ଗ୍ରାମବାସୀ ପାନୀୟ ଜଳ ପାଇଁ ନିକଟସ୍ଥ ନଦୀ ଉପରେ ନିର୍ଭର କରୁଛନ୍ତି। ବାରମ୍ବାର ଅଭିଯୋଗ କରିବା ପରେ କିଛିଦିନ ତଳେ ପଞ୍ଚାୟତ ପକ୍ଷରୁ ପାଣି ଟ୍ୟାଙ୍କର ମାଧ୍ୟମରେ ଗ୍ରାମବାସୀଙ୍କୁ ଜଳ ଯୋଗାଣ ହୋଇଥିଲା। ମାତ୍ର ପରିବାର ପିଛା ୧୦୦ ଟଙ୍କା ମଗାଯାଇଥିଲା। ଗ୍ରାମବାସୀ ଟଙ୍କା ଦେଇ ନ ପାରିବାରୁ ୪ଦିନ ଜଳ ଯୋଗାଣ ପରେ ଏହାକୁ ବନ୍ଦ କରାଯାଇଥିବା ଗ୍ରାମବାସୀ କହିଛନ୍ତି। ଏଥିପ୍ରତି ବ୍ଲକ ପ୍ରଶାସନ ତୁରନ୍ତ ଦୃଷ୍ଟିଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ...

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri