Posted inଜାତୀୟ

ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

କୋଲକାତା,୧୫ା୬(ପି.ଟି.): ପଶ୍ଚିମବଙ୍ଗର ଏକ ହସ୍ପିଟାଲରେ କନିଷ୍ଠ ଡାକ୍ତରମାନେ ଚଳାଇଥିବା ଆନ୍ଦୋଳନ ଉପରେ କୌଣସି ଅନ୍ତରୀଣ ନିର୍ଦ୍ଦେଶ ଦେବା ଲାଗି କାଲକାଟା ହାଇକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। କାର୍ଯ୍ୟରେ ଯୋଗଦେବା ଏବଂ ରୋଗୀମାନଙ୍କୁ ଯଥାରୀତି ସେବା ଯୋଗାଇଦେବା ଲାଗି ଆନ୍ଦୋଳନରତ ଡାକ୍ତରମାନଙ୍କୁ ରାଜ୍ୟ ସରକାର ବୁଝାନ୍ତୁ ବୋଲି ମୁଖ୍ୟ ବିଚାରପତି ଟି.ବି.ଏନ୍‌. ରାଧାକ୍ରିଷ୍ଣନ ଏବଂ ଜଷ୍ଟିସ୍‌ ଶୁଭ୍ରା ଘୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ସୋମବାର ରାତିରେ କୋଲକାତାର ଏନ୍‌ଆର୍‌ଏସ୍‌ ହସ୍ପିଟାଲରେ ଡାକ୍ତରଙ୍କ ଉପରେ ଆକ୍ରମଣ ପରେ ମମତା ବାନାର୍ଜୀଙ୍କ ସରକାର କ’ଣ ପଦକ୍ଷେପ ନେଇଛନ୍ତି ତାହା ଜଣାଇବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଆନ୍ଦୋଳନରତ ଡାକ୍ତରମାନଙ୍କୁ ରୋଗୀକଲ୍ୟାଣ ଲାଗି ନେଉଥିବା ଶପଥ ସମ୍ପର୍କରେ ସ୍ମରଣ କରାଇ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ୨୧ ତାରିଖକୁ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ

ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ...

‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।...

ଏବିଡିଓଙ୍କ ନାମରେ ସଙ୍ଗୀନ ଅଭିଯୋଗ: ବିବାହ ପ୍ରମାଣପତ୍ର ପାଇଁ…

ଛତ୍ରପୁର/ପୁରୁଷୋତ୍ତମପୁର,୬।୧( ଦିଲ୍ଲୀପ ସାମଲ /ସବିତା ମିଶ୍ର): ପଇସା ଦିଅ ସାର୍ଟିଫିକେଟ ନିଅ। ଏପରି ସଙ୍ଗୀନ ଅଭିଯୋଗ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତପୁର ଏବିଡିଓଙ୍କ ନାମରେ। ଏନେଇ...

ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…

ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା...

ୟୁପି ଭୋଟର ତାଲିକାରେ ବଡ଼ ପରିବର୍ତ୍ତନ: କଟିଗଲା ୨.୮୯ କୋଟି ଜଣଙ୍କ ନାମ

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶରେ କଟିଗଲା ୨.୮୯ କୋଟି ଭୋଟରଙ୍କ ନାମ। ନିର୍ବାଚନ କମିଶନରଙ୍କ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ (SIR) ପ୍ରକ୍ରିୟା ପରେ ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri