୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫।୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଭୋର ୪ ଘଟିକାରେ ଶ୍ରୀଜୀଉମାନେ ସ୍ନାନମଣ୍ଡପକୁ ପହଣ୍ଡି ବିଜେ କରିଥିେଲେ। ଏହା ପରେ ୨ ଘଣ୍ଟା ବିଳମ୍ବରେ ଅବକାଶ ନୀତି ହୋଇଥିଲା। ପ୍ରଭୁଙ୍କ ନୀତିରେ ଯେଉଁ ମିଷ୍ଠାନ୍ନ ଭୋଗ ଲାଗେ ତାହା ବିଶୁଦ୍ଧ ଘିଅରେ ହେବା କଥା, କିନ୍ତୁ ନିମ୍ନମାନର ଘିଅରେ ମିଷ୍ଠାନ୍ନ ହୋଇଥିବାରୁ ପୂଜକମାନେ ନୀତିକାନ୍ତି କରି ନ ଥିଲେ। ପରେ ଉପଜିଲାପାଳ ଘଟଣାସ୍ଥଳରେ ପହଞ୍ଚି ବୈଠକ କରି ଏହାର ସମାଧାନ କରିଥିଲେ। ଚତୁର୍ଦ୍ଧାବିଗ୍ରହଙ୍କୁ ଜଳଧୂପ,ପଞ୍ଚାମୃତ, ମାଗସ୍ନାନ,ମଙ୍ଗଳ ଆଳତୀ କରାଯାଇଥିଲା। ପରେ ଶୁଦ୍ଧ ଘିଅରେ ମିଷ୍ଠାନ୍ନ କରାଯାଇ ନୀତିକାନ୍ତି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହା ପରେ ୧୦୮ ଗରା ସୁବାସିତ ଜଳରେ ପ୍ରଭୁଙ୍କୁ ସ୍ନାନ କରାଯାଇଥିଲା। ଛେରାପହଁରା କାର୍ଯ୍ୟକ୍ରମ ପରେ ଠାକୁରଙ୍କୁ ବନ୍ଦାପନା କରାଯାଇ ଧୂପ ଦିଆଯାଇଥିଲା। ଏହା ପରେ ଠାକୁରଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥିଲା। ରାତିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଅଣସର ଘରକୁ ନିଆଯାଇଥିଲା। ଉଲ୍ଲେଖଯୋଗ୍ୟ ଯେ, ଶୁକ୍ରବାର ମନ୍ଦିରକୁ ଯାଇଥିବା ରାସ୍ତାରେ ୧୪୪ ଧାରା ଜାରି କରାଯାଇଥିଲା। କୃଷ୍ଣଚନ୍ଦ୍ର ଗୋଲେଇଠାରୁ ଥାନା ଛକ, ଏମକେସି ହାଇସ୍କୁଲ ଛକଠାରୁ ଟ୍ରାଫିକ ଛକ ଯାଏ ରାସ୍ତାରେ ଯାତାୟତ ବନ୍ଦ କରାଯାଇଥିଲା। ସେବାୟତ ଓ ଜରୁରୀକାଳୀନ କର୍ମଚାରୀ ଓ ଅଧିକାରୀଙ୍କ ବ୍ୟତୀତ ଏହି ରାସ୍ତାରେ ଅନ୍ୟମାନେ ଯିବା ପାଇଁ ବାରଣ କରାଯାଇଥିଲା। ସେହିଭଳି ସୁରକ୍ଷା ଦୃଷ୍ଟିରୁ ସହରରେ ୨ ପ୍ଲାଟୁନ ପୋଲିସ ଫୋର୍ସ ଓ ୨୫ ଜଣ ପୋଲିସ ଅଧିକାରୀ ନିୟୋଜିତ ହୋଇଥିଲେ। ବିନା ଭକ୍ତଙ୍କ ଗ୍ରହଣରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri