ଭାଜପାର କୋଭିଡ-୧୯ ନିୟମ ଉଲ୍ଲଂଘନ ପ୍ରତିବାଦରେ ବିଜେଡିର ଦାବିପତ୍ର

ଆନନ୍ଦପୁର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଉଳା ଫାଣ୍ଡି ସମ୍ମୁଖରେ ଗତ ୩ ତାରିଖରେ ଭାଜପା ନେତାଙ୍କ ନେତୃତ୍ୱରେ କୋଭିଡ-୧୯ ନିୟମର ଉଲ୍ଲଂଘନ କରାଯାଇ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏହା ବିରୋଧରେ ଶନିବାର ମଧ୍ୟାହ୍ନରେ ବିଜେଡି ପକ୍ଷରୁ ଏକ ଦାବିପତ୍ର ଆନନ୍ଦପୁର ଏସଡିପିଓ ବିଦ୍ୟୁତ୍‌ ଚନ୍ଦ୍ର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ମଧ୍ୟ ଉପସ୍ଥିତ ରହି ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ହାଟଡିହୀ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ଜେନା ଏବଂ ଆନନ୍ଦପୁର ନଗର ବିଜେଡି ସଭାପତି ସୁଶୀଲ କୁମାର ହୋତାଙ୍କ ନେତୃତ୍ୱରେ ଆନନ୍ଦପୁର ଏସ୍‌ଡିପିଓଙ୍କୁ ଏହି ଦାବିପତ୍ର ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ୩ ତାରିଖରେ କେନ୍ଦୁଝର ଜିଲା ତଥା ରାଜ୍ୟର ବହୁ ଭାଜପା ନେତାଙ୍କ ନେତୃତ୍ୱରେ ହାଟଡିହୀ ବ୍ଲକ ଧନୁର୍ଜୟପୁର ପଞ୍ଚାୟତ ବଉଳା ଫାଣ୍ଡି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ବିକ୍ଷୋଭ ସମୟରେ ମାସ୍କ ବ୍ୟବହାର, ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇନଥିଲା। ସାରା ପୃଥିବୀରେ କୋଭିଡ୍‌-୧୯ ପାଇଁ ପରିସ୍ଥିତି ଚିନ୍ତାଜନକ ସ୍ଥିତିରେ ଥିବାବେଳେ ଭାଜପା ନେତୃବୃନ୍ଦ ସରକାରଙ୍କ ନିର୍ଦ୍ଦେଶନାମାର ଖୋଲାଖୋଲି ଉଲ୍ଲଂଘନ କରିଥିଲେ। ଘଟଣାର ତଦନ୍ତ କରି ଦୋଷୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଜେଡି ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri