କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହି ଘରକୁ ଆସିବା ପରେ ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଦେଇଥିଲା। ତେବେ ନମୁନା ପରୀକ୍ଷା ପରେ ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ଫଳରେ ଗୁମୁଣ୍ଡିଆ ସାହିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଅଞ୍ଚଳର ଚାରିଛକ ଏକ ବ୍ୟବସାୟିକ କେନ୍ଦ୍ର ହୋଇଥିବା ବେଳେ ସଂକ୍ରମଣ ଭୟରେ ତିତିପ ସରପଞ୍ଚ ରମେଶ ଚନ୍ଦ୍ର ମହାପାତ୍ର ଜିଲାପାଳ କ୍ଷମତା ଲାଗୁ କରି ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଗୁମୁଣ୍ଡିଆ ପଞ୍ଚାୟତର ସଂକ୍ରମିତଙ୍କ ସହ ମିଶିଥିବା ୫ ଜଣଙ୍କୁ ଚିହ୍ନଟ କରାଯାଇଛି। ବିଡିଓ ଅଭିମନ୍ୟୁ ମାଝି, ତହସିଲଦାର ଜିତେନ୍ଦ୍ର ନାୟକ, କୃଷ୍ଣପ୍ରସାଦ ଆଇଆଇସି ଅଭିମନ୍ୟୁ ନାୟକ, ଏକ ଡାକ୍ତର ଦଳ ଗୁମୁଣ୍ଡିଆ ପଞ୍ଚାୟତରେ ଅଧିକ ତଦନ୍ତ ଚଳାଇଛନ୍ତି। ଅନ୍ୟପକ୍ଷରେ କୃଷ୍ଣପ୍ରସାଦ ବ୍ଲକରେ କରୋନା ବ୍ୟାପିବା ଆଶଙ୍କାରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏହା ପୂର୍ବରୁ କୃଷ୍ଣପ୍ରସାଦର ଗମ୍ଭାରୀ ଗାଁରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri