ଓଡ଼ିଶାକୁ ଭାଜପାର ଅଭେଦ୍ୟ ଗଡ଼ କର

ଭୁବନେଶ୍ୱର,୯।୬(ବ୍ୟୁରୋ): କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ସରକାରର ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଭାଜପା ପକ୍ଷରୁ କରୋନା ମହାମାରୀକୁ ଦୃଷ୍ଟିରେ ରଖି ସାରା ଦେଶରେ ଭର୍ଚୁଆଲ ରାଲି କରାଯାଉଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦିଲ୍ଲୀରୁ ସୋମବାର ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଶାହା କହିଛନ୍ତି ଯେ, ମୋଦି ସରକାର ଓଡ଼ିଶାର ବିକାଶ ପାଇଁ ସବୁବେଳେ ସମର୍ପିତ। ମୋଦି ଓଡ଼ିଶାବାସୀଙ୍କ ସହିତ ସବୁସମୟରେ ଚଟାଣ ଭଳି ଠିଆ ହୋଇଛନ୍ତି। ଲୋକ ସଭା ନିର୍ବାଚନରେ ଓଡ଼ିଶାବାସୀ ୮ ପ୍ରାର୍ଥୀଙ୍କୁ ବିଜୟୀ କରି ମୋଦିଙ୍କ ହାତମୁଠାକୁ ଟାଣ କରିଛନ୍ତି। ଓଡ଼ିଶାବାସୀ ଦାର୍ଘ ୨୦ ବର୍ଷ ଧରି ବିରୋଧୀ ଦଳ ଥିବା କଂଗ୍ରେସକୁ ପଛରେ ପକାଇ ଭାଜପାକୁ ରାଜ୍ୟରେ ପ୍ରମୁଖ ବିରୋଧୀ ଦଳର ମାନ୍ୟତା ଦେଇଛନ୍ତି। ୯୧ ଲକ୍ଷରୁ ଅଧିକ ଭୋଟ ଦେଇଛନ୍ତି। ଏଥିଯୋଗୁ ରାଜ୍ୟର ୨ ଜଣ ଓଡ଼ିଆ କ୍ୟାବିନେଟରେ ମନ୍ତ୍ରୀ ହୋଇଛନ୍ତି। ଓଡ଼ିଶା ଲୋକେ ମୋଦି ସରକାର ଉପରେ ଯେଉଁ ଆଶା ରଖିଛନ୍ତି ତାହା ପୂରଣ ହେବ ବୋଲି ଶାହା କହିଛନ୍ତି। ଏହାସହ ଓଡ଼ିଶାକୁ ଭାଜପାର ଅଭେଦ୍ୟ ଗଡ଼ କରିବାକୁ ସେ କର୍ମୀ ଓ ନେତାମାନଙ୍କୁ ଆହ୍ବାନ ଦେଇଛନ୍ତି।
ଶାହା କହିଛନ୍ତି ଯେ, ଓଡ଼ିଶା ପାଇଁ ମୋଦି ସରକାର ଗତ ୬ ବର୍ଷରେ ଯାହା କରିଛନ୍ତି ତାହା କଂଗ୍ରେସ ସରକାର ୭୦ ବର୍ଷରେ କରିପାରି ନ ଥିଲା। ତ୍ରୟୋଦଶ ଅର୍ଥ କମିଶନ ସୁପାରିସ ଅନୁସାରେ କଂଗ୍ରେସ ସରକାର ଓଡ଼ିଶାକୁ ୭୯ ହଜାର କୋଟି ଟଙ୍କା ପ୍ରଦାନ କରିଥିଲେ। ଗତ ୫ ବର୍ଷରେ ମୋଦି ସରକାର ୫ ଲକ୍ଷ ୫୨ ହଜାର ୧୦୯ କୋଟି ପ୍ରଦାନ କରିଛନ୍ତି। ଭାଜପା କ୍ଷମତା ହାତେଇବା ପାଇଁ ରାଜନୀତି କରେ ନାହିଁ। ସଂଗଠନ ମାଧ୍ୟମରେ ଜନ ସମ୍ପର୍କ କରିବା ସହ ଲୋକଙ୍କ ସମସ୍ୟା ବୁଝିବା ଏବଂ ସରକାରୀ ଯୋଜନା ସମ୍ବନ୍ଧରେ ଲୋକଙ୍କୁ ଜଣାଇବାର କାର୍ଯ୍ୟ କରିଥାଏ। ମୋଦି ସରକାର ଦେଶର ଜନତାଙ୍କୁ ସାଙ୍ଗରେ ନେଇ କରୋନା ବିରୋଧରେ ଲଢେଇ କରି ଏହି ମହାମାରୀକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଛନ୍ତି। ଆଗାମୀ ଦିନରେ ମୋଦିଙ୍କ ପ୍ରୟାସରେ ହୋଇଥିବା ଜନତା କର୍ଫ୍ୟୁ ସ୍ବର୍ଣ୍ଣିମ ଅକ୍ଷରରେ ଲେଖା ହେବ ବୋଲି ଶାହା କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦିଲ୍ଲୀରୁ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ଅନେକ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଦରବାରରେ ଦାୟିତ୍ୱ ନେଇଛନ୍ତି। ମାତ୍ର ମୋଦିଙ୍କ ସରକାର ବିଗତ ୬ ବର୍ଷରେ ଓଡ଼ିଶାର ବିକାଶ ପାଇଁ ଥିବା ପ୍ରତିବଦ୍ଧତାକୁ ପ୍ରମାଣିତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନାରେ ଓଡ଼ିଶା ସବୁଠୁ ବଡ଼ ଲାଭ ପାଇଛି। ଏହି ଭର୍ଚୁଆଲ ରାଲିରେ ରାଜ୍ୟ ସଭାପତି ସମୀର ମହାନ୍ତି ସ୍ବାଗତ ଭାଷଣ ଦେଇଥିଲେ। ଏହି ସଭାକୁ ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ପରିଚାଳନା କରିଥିଲେ। ଆମତ୍ନିର୍ଭର ଅଭିଯାନ ସଙ୍କଳ୍ପକୁ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ପାଠ କରିଥିଲେ। ରାଜ୍ୟ ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଭର୍ଚୁଆଲ ରାଲିରେ ଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏବଂ ଓଡ଼ିଶା ପ୍ରଭାରୀ ଅରୁଣ ସିଂ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସୌଦାନ ସିଂହ, ଭୁବନେଶ୍ୱରରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ଉପନେତା ବିଷ୍ଣୁ ସେଠୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri