Posted inଜାତୀୟ

ସୀମା ଶାନ୍ତ: ଭିତରେ ଚାଲିଛି ପ୍ରସ୍ତୁତି

ନୂଆଦିଲ୍ଲୀ, ୯ା୬: କମାଣ୍ଡର ସ୍ତରୀୟ ଆଲୋଚନା ପରେ ଭାରତ-ଚାଇନା ସୀମା ଶାନ୍ତ ରହିଛି। ଲଦାଖ ସୀମାରେ ଚାଇନା ଓ ଭାରତୀୟ ସୈନ୍ୟଙ୍କ ମାସେ ହେଲା ଲାଗି ରହିଥିବା ତିକ୍ତତା ସୋମବାର ଶିଥିଳ ପଡ଼ିଛି। ଲଦାଖ ନିକଟରେ ସେନା ଗତିବିଧି ଦେଖିବାକୁ ମିଳିନାହିଁ। ତେବେ ଲଦାଖ ଘଟଣାରେ ସୀମା ଶାନ୍ତ ଥିବାବେଳେ ଦୁଇଦେଶ ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବା ଜଣାପଡ଼ିଛି। ସୀମାଠାରୁ ୪୮୦ କି.ମି. ଦୂର କଶ୍‌ଗରଠାରେ ପିଏଲ୍‌ଏ ପ୍ରସ୍ତୁତି ଚଳାଇଛି। ଲଦାଖ୍‌ ସୀମାରେ ଚାଇନା ହେଲିକପ୍ଟର ପଇଁତରା ମାରୁଥିବା ଦେଖିବାକୁ ମିଳିଛି। ଭାରତ ମଧ୍ୟ ଭିତ୍ତିଭୂମି ବିକାଶ କରି ତା’ର ସେନା ଓ ଅନ୍ୟାନ୍ୟ ଯୁଦ୍ଧାସ୍ତ୍ର ପ୍ରସ୍ତୁତି ଜାରି ରଖିଥିବା ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ପାଙ୍ଗୋଙ୍ଗ ହ୍ରଦ ନିକଟ ମୋଲ୍‌ଡୋ-ଚୁଶୁଲ ସୀମାକୁ ନେଇ ଶନିବାର ହୋଇଥିବା ଆଲୋଚନା ପରେ ଦୁଇପକ୍ଷ ଶାନ୍ତିରକ୍ଷା ସହ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ଚାହିଁଛନ୍ତି। ଭାରତ ଓ ଚାଇନା ସେନା କମାଣ୍ଡରଙ୍କ ମଧ୍ୟରେ ଦୀର୍ଘ ୭ ଘଣ୍ଟାର ଆଲୋଚନା ପରେ ଏବେ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଶାନ୍ତି ବଜାୟ ରହିଛି।
ଶନିବାର ବୈଠକରେ ଲ୍ୟୁଟ୍‌ନାଣ୍ଟ ଜେନେରାଲ ହରିନ୍ଦର ସିଂ ଓ ଚାଇନାର ପ୍ରତିନିଧି ମଣ୍ଡଳୀ ମୁଖ୍ୟ ଭାବେ ମେଜର ଜେନେରାଲ ଲିଉ ଲିନ୍‌ ଯୋଗ ଦେଇଥିଲେ। ବ୍ରିଗେଡ୍‌ ଓ ବାଟାଲିୟନ୍‌ କମାଣ୍ଡରସ୍ତରରେ ଆଲୋଚନା କରାଯାଇ ସମାଧାନ ବାଟ ବାହାର କରିବା ଲାଗି ସ୍ଥିର କରାଯାଇଥିଲା। ଭାରତ ଓ ଚାଇନା ମଧ୍ୟରେ କେତେକ ଘଟଣାକୁ ନେଇ ଭିନ୍ନତା ରହିଥିବା ବେଳେ ଏହା ବିବାଦ ନୁହେଁ ଚାଇନା ମତ ଦେଇଛି। ମୋଦି- ଜିନ୍‌ପିଙ୍ଗ ଆଲୋଚନାକୁ ପାଥେୟ କରି ସମସ୍ୟାର ସମାଧାନ କରିବାକୁ ଉଭୟ ପକ୍ଷ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri