ମତଭେଦ ବିବାଦରେ ପରିଣତ ନ ହେଉ: ଚାଇନା

ବେଜିଂ,୯ା୬(ପି.ଟି.): ପୂର୍ବ ଲଦାଖ ଅଞ୍ଚଳରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମାସେ ହେଲା ଲାଗି ରହିଥିବା ଉତ୍ତେଜନା ଦୂର କରିବା ଓ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଶାନ୍ତି ସ୍ଥାପନ ଦିଗରେ କାର୍ଯ୍ୟ କରିବା ପାଇଁ ଶନିବାର ଅନୁଷ୍ଠିତ କମାଣ୍ଡର ସ୍ତରୀୟ ବୈଠକରେ ଉଭୟ ଦେଶ ରାଜି ହୋଇଛନ୍ତି। ମତଭେଦ ବିବାଦରେ ପରିଣତ ନ ହେଉ ବୋଲି ଚାଇନାର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ହୁଆ ଚୁନିଙ୍ଗ୍‌ କହିଛନ୍ତି। ଦୁଇଦେଶର ନେତୃତ୍ୱ ସ୍ତରରେ ହୋଇଥିବା ସହମତିକୁ କାର୍ଯ୍ୟକାରୀ କରିବା ଲାଗି କମାଣ୍ଡର ସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି। ଦ୍ୱିପାକ୍ଷିକ ଚୁକ୍ତିନାମା ଆଧାରରେ ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ହୋଇପାରିବ। ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ୨୦୧୮ରେ ହୋଇଥିବା ଅନୌପଚାରିକ ସମିଟ୍‌ର ନିର୍ଦ୍ଦେଶାବଳୀ କାର୍ଯ୍ୟକାରୀ କରାଗଲେ ମତଭେଦ ଦୂର ହୋଇପାରିବ ବୋଲି ବୈଠକରେ ସହମତି ହୋଇଥିଲା। ସୀମାନ୍ତ ସ୍ଥିତି ମୋଟାମୋଟି ସ୍ଥିର ଓ ନିୟନ୍ତ୍ରଣରେ ରହିଛି। ସେଠାରେ ଶାନ୍ତି ଓ ସ୍ଥିରତା ସମେତ ଉତ୍ତମ ବାତାବରଣ ସୃଷ୍ଟି ଲାଗି ଉଭୟ ପକ୍ଷ କାର୍ଯ୍ୟ କରିବେ ବୋଲି ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri