ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ

ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ ସେବାୟତଙ୍କୁ ଔଷଧ ବଣ୍ଟାଯାଉଛି। ଆସନ୍ତା ୧୩ ତାରିଖ ମଧ୍ୟରେ ପର୍ଯ୍ୟାୟକ୍ରମେ ବିଭିନ୍ନ ସେବାୟତ ନିଯୋଗ ମଧ୍ୟରେ ହୋମିଓପାଥି ଔଷଧ ବଣ୍ଟନ କରାଯିବ। ଏଥିଲାଗି ପ୍ରତ୍ୟେକ ପରିବାରର ଜଣେ ବ୍ୟକ୍ତି ଶିବିରକୁ ଆସି ପୂରା ପରିବାର ପାଇଁ ଔଷଧ ନେବେ। ୯ରେ ଦଇତାପତି ନିଯୋଗ, ୧୦ରେ ପ୍ରତିହାରୀ ନିଯୋଗ, ୧୧ରେ ସୁଆର ମହାସୁଆର ନିଯୋଗ, ୧୨ରେ ପୂଜାପଣ୍ଡା ନିଯୋଗ ଏବଂ ୧୩ରେ ଗରାବଡ଼ୁ ନିଯୋଗ ମଧ୍ୟରେ ଔଷଧ ବଣ୍ଟନ ହେବ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, କୋଭିଡ-୧୯କୁ ନଜରରେ ରଖି ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ବଣ୍ଟନ କରିବାକୁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟର ପୁରୀସ୍ଥିତ ଆୟୁର୍ବେଦ ଗବେଷଣା ପ୍ରତିଷ୍ଠାନ (ହୋମିଓପାଥି)ର ଭାରପ୍ରାପ୍ତ ଅଧିକାରୀଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ।...

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri