ଅଫିସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଅଫିସଗୁଡିକ ପାଇଁ ନୂଆ କରୋନା ଗାଇଡ୍‌ଲାଇନ ଜାରି କରାଯାଇଛି । ଅଫିସ୍‌ରେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ସରକାର ଏପରି ନିୟମ କରିଛନ୍ତି।

ସମ୍ପୃକ୍ତ ନିୟମଗୁଡ଼ିକ ହେଲା:
– ଅଫିସରେ ସାମାଜିକ ଦୂରତା ନିୟମ ପାଳନ ଉପରେ ଗୁରୁତ୍ୱ ଦିଆଯିବ
– ଅଫିସରେ କର୍ମଚାରୀମାନେ ଏକାଠି ହେବା କିମ୍ବା ବୈଠକ କରିପାରିବେ ନାହିଁ
– ସମସ୍ତ ଅଧିକାର, କର୍ମଚାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
– ଡ୍ରାଇଭର, ସିକ୍ୟୁରିଟି ଗାର୍ଡ ଓ ଜଗୁଆଳିଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ
– ନିୟମିତ ସାବୁନରେ ହାତ ଧୋଇବା ଓ ସାମାଜିକ ଦୂରତା ବଜାୟ ରଖିବା
– କର୍ମଚାରୀ ଓ ଭିଜିଟର ଅଫିସ ପରିସରରେ ଛେପ ପକାଇବା ଦଣ୍ଡନୀୟ
– କଟକଣା ଖିଲାପ କଲେ ଶୃଙ୍ଖଳାଭଙ୍ଗ ଅଭିଯୋଗରେ କାର୍ଯ୍ୟାନୁଷ୍ଠା ନିଆଯିବ

ଏହାଛଡ଼ା କୌଣସି ଅଧିକାରୀ କିମ୍ବା କର୍ମଚାରୀ ଅସୁସ୍ଥ ଅନୁଭବ କଲେ ବିଶେଷକରି ଜ୍ବର କିମ୍ବା ଥଣ୍ଡା, କାଶରେ ପୀଡ଼ିତ ହେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେଇ ଛୁଟିରେ ସଙ୍ଗରୋଧରେ ରହିବେ। ଅଫିସରେ ବୟସ୍କ ଓ ଗର୍ଭବତୀ ମହିଳା କର୍ମଚାରୀଙ୍କ ବ୍ୟତୀତ କାହାରିକୁ ଲିଫ୍ଟ ବ୍ୟବହାର କରିବାକୁ ଦିଆଯିବ ନାହିଁ। ଲିଫ୍ଟରେ ଅନ୍ୟୁନ ୪ ଜଣରୁ ଅଧିକ ଯାଇପାରିବେ ନାହିଁ। ଲିଫ୍ଟ ଭିତରେ କୌଣସି ବ୍ୟକ୍ତି ମୁହଁକୁ ମୁହଁ ନ ଅନାଇ ଲିଫ୍ଟ କାନ୍ଥ ପଟକୁ ଅନାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଅଫିସରେ ଥିବା ଏୟାରକଣ୍ଡିସନକୁ ୨୪ରୁ ୩୦ ଡିଗ୍ରି ସେଣ୍ଟିଗ୍ରେଟ୍‌ରେ ଚାଲୁ ରଖିବାକୁ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri