‘ଯାଯାବର’କୁ ହତାଦର

ଢେଙ୍କାନାଳ ଅଫିସ, ୧୦।୬ – ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହିତ କରିବାକୁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଯାଯାବର’। ଏହାର ଉଦ୍ଦେଶ୍ୟ ଥିଲା ଏକ ବର୍ଣ୍ଣାଢ଼୍ୟ ପରିବେଶରେ ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ସାମୟିକ ରହଣି ବ୍ୟବସ୍ଥା ସହ ସର୍ବୋତ୍ତମ ଆତିଥ୍ୟ ପ୍ରଦାନ କରିବା। ଏହାଦ୍ୱାରା ଅତିଥି ପର୍ଯ୍ୟଟକମାନେ କ୍ଲାନ୍ତି ଦୂର କରିପାରିବେ ଏବଂ ପର୍ଯ୍ୟଟନସ୍ଥଳୀରେ ଅଧିକ ସମୟ ବିତାଇବାକୁ ସୁଯୋଗ ପାଇବେ। ତେବେ ପରିଚାଳନାଗତ ତ୍ରୁଟି ଏବଂ ପର୍ଯ୍ୟଟନ ବିଭାଗର ଆଗ୍ରହର ଅଭାବ ଯୋଗୁ ଢେଙ୍କାନାଳରେ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପର ଭବିଷ୍ୟତ ଅନିଶ୍ଚିତତାକୁ ଠେଲି ହୋଇଯାଇଛି। ଏହାକୁ ଦେଖି ପର୍ଯ୍ୟଟକମାନେ କହିବା ଆରମ୍ଭ କଲେଣି ‘ଯାଯାବର’ ଏବେ ହତାଦରର ଶିକାର ହୋଇଛି।
ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି ଢେଙ୍କାନାଳ। ଏଠାରେ ବର୍ଷତମାମ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ଜିଲାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ଏବଂ ଏଥିରୁ ରାଜସ୍ବ ଆଦାୟ କରିବା ଲକ୍ଷ୍ୟରେ ସଦର ବ୍ଲକ ଗୋବିନ୍ଦପୁର ନିକଟ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ୨୦୧୮ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିଲା ଯାଯାବର ପ୍ରକଳ୍ପ। ୧ ଏକର ୨୦ ଡେସିମିଲ ଜାଗାରେ ପରିକଳ୍ପିତ ଏହି ପ୍ରକଳ୍ପ ଲାଗି ଦେଢ଼ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଅଟକଳ କରାଯାଇଥିଲା। ୨୦୨୦ ସୁଦ୍ଧା ଏହା ଶେଷ ହୋଇ କାର୍ଯ୍ୟକ୍ଷମ ହେବାକୁ ଲକ୍ଷ୍ୟ ରଖାଯାଇଥିଲା। ଜାତୀୟ ରାଜପଥ ଦେଇ ଯାତାୟତ କରୁଥିବା ଯାତ୍ରୀ, ପର୍ଯ୍ୟଟକମାନେ ‘ଯାଯାବର’ରେ ବିଶ୍ରାମ ନେବା ଏବଂ ସେମାନଙ୍କୁ ହାତପାଆନ୍ତାରେ ଜଳଖିଆ, ପାନୀୟ, ଚା, କଫି ଯୋଗାଇ ଦେବା ଉଦ୍ଦେଶ୍ୟରେ ପ୍ରକଳ୍ପ ନିର୍ମାଣ ଆରମ୍ଭ ହୋଇଥିଲା। ହେଲେ ସମୟ ଅବଧି ମଧ୍ୟରେ କେବଳ ବିଶ୍ରାମ ଲାଗି ଉଦ୍ଦିଷ୍ଟ ଘର ନିର୍ମାଣ ସରିଛି। କରୋନା ଲକ୍‌ଡାଉନ୍‌ ଯୋଗୁ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। କଟକଣା କୋହଳ ପରେ ବି କାମ ଆଉ ଆଗଉନି କି କାହାର ଦେଖା ମିଳୁନି। ଫଳରେ ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ କାର୍ଯ୍ୟ ଅଟକି ଯାଇଛି। କରୋନା ସଙ୍କଟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ କେବେ ସରିବ ଏବଂ ଏହା କିଭଳି କାର୍ଯ୍ୟକ୍ଷମ ହେବ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ସଂକ୍ରାନ୍ତରେ ଢେଙ୍କାନାଳ ଦାୟିତ୍ୱରେ ଥିବା ଅନୁଗୋଳ ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ କୁହନ୍ତି, ଯାଯାବର ପ୍ରକଳ୍ପକୁ ପିପିପି ମୋଡ୍‌ରେ ଚଳାଇବା ଲାଗ ନିଷ୍ପତ୍ତି ନିଆଯାଇଛି। ସେ କିଛିଦିନ ତଳେ ପ୍ରକଳ୍ପ କାର୍ଯ୍ୟସ୍ଥଳ ପରିଦର୍ଶନ କରିଥିଲେ। ଏବେ ସୁଦ୍ଧା ଏ ସଂକ୍ରାନ୍ତରେ କୌଣସି ବିଜ୍ଞାପନ କିମ୍ବା ନିର୍ଦ୍ଦେଶନାମା ଜାରି ହୋଇ ନ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri