ବ୍ରିଜ୍‌ ଉପରୁ ଖସିପଡ଼ିଲା ଟ୍ରାକ୍ଟର

ବଅଁରପାଳ,୧୧।୬: ବଅଁରପାଳ ନାଲାଜ ଥାନା କନ୍ୟାବେଡ଼ ଗାଁ ନିକଟରେ ଥିବା ରେଲଓ୍ବେ ବ୍ରିଜ୍‌ ଉପରୁ ଗୁରୁବାର ଏକ ଟ୍ରାକ୍ଟର ତଳକୁ ଖସିପଡ଼ିଛି। ଫଳରେ ଟ୍ରାକ୍ଟରରେ ଥିବା ଜଣେ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ଏଯାଏଁ ପରିଚୟ ମିଳିପାରିନାହିଁ। ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ଟ୍ରାକ୍ଟରଟି ରେଲେୱ ଧାରଣା ନିକଟରୁ ମାଟି ନେବା ପାଇଁ ଆସିଥିଲା। ଏଥିରେ ୩ଜଣ ଶ୍ରମିକ ନିୟୋଜିତ ରହି ଟ୍ରାକ୍ଟରରେ ମାଟି ଭର୍ତ୍ତି କରିଥିଲେ। ତେବେ ଟ୍ରାକ୍ଟରଟି ମାଟି ଭର୍ତ୍ତି କରି ଗାଁ ଆଡ଼କୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡ଼ିଥିଲା। ଫଳରେ ଡାଲାରେ ବସିଥିବା ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ନାଲକୋ ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri