ବାଲିଗୁଡ଼ାରେ ମୂର୍ତ୍ତି ଭାଙ୍ଗିବା ଘଟଣା: ତାତିଲା ବରଗଡ଼ ଡୁମାଲ ସେନା

ବରଗଡ଼ ଅଫିସ,୧୧ା୬: କନ୍ଧମାଳ ଜିଲା ବାଲିଗୁଡ଼ାରେ ସ୍ଥାପିତ ଡୁମାଲ ଜାତିର ଅଧିଷ୍ଠାତ୍ରୀ ଦେବୀ ମା’ ମାହେଶରୀଙ୍କ ମୂର୍ତ୍ତିକୁ କିଛିଦିନ ତଳେ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଛନ୍ତି। ଏହି ଘଟଣା ଡୁମାଲ ସମାଜର ଲୋକଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି। ଏପରିକି ଉକ୍ତ ମୂର୍ତ୍ତି ଭାଙ୍ଗିବା ଘଟଣାକୁ ନେଇ କନ୍ଧମାଳ ଜିଲାରେ ଦେଖାଯାଇଥିବା ତାତି ବରଗଡ଼ରେ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବରଗଡ଼ ଜିଲା କୁରୁଆଁର ଡୁମାଲ ସେନା ପକ୍ଷରୁ ମୁଖ୍ୟମନ୍ତ୍ରୀ, ଦେବୋତ୍ତର ବିଭାଗ, କନ୍ଧମାଳ ଜିଲାପାଳ ଓ ଏସ୍‌ପିଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଉପଜିଲାପାଳ ପ୍ରଭାସ ଦଣ୍ଡସେନା ସ୍ମାରକପତ୍ର ଗ୍ରହଣ କରିଥିଲେ। ମାହେଶରୀ ଦେବୀଙ୍କ ମୂର୍ତ୍ତି ଭାଙ୍ଗବା ଘଟଣାର ନିରପେକ୍ଷ ତଦନ୍ତ ସହିତ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ମାରକପତ୍ରରେ ଦାବି କରାଯାଇଛି। ଡୁମାଲ ସେନା ପକ୍ଷରୁ ଶୁଭେନ୍ଦୁ ମେଣ୍ଡଲି, ସିଲୁ କଲା, ଦିବସ କୁମାର ପଧାନ, ଜଗନ୍ନାଥ କର୍ଣ୍ଣ, ହେମସାଗର ପାତ୍ର, ଗଣେଶ ମହାକୁର, ସଞ୍ଜୀବ ଦେହୁରୀ, ସୁମନ ପାତ୍ର, ପ୍ରୀତମ କର୍ଣ୍ଣ, ଦୀପକ ଦେହୁରୀ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri