ଠାକୁରଗଡ଼ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ : ଡାକ୍ତର ନିଯୁକ୍ତି ପାଇଁ ବିଧାୟକଙ୍କୁ ଦାବିପତ୍ର

ବଇଣ୍ଡା,୧୫।୬(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଘୋର ସମସ୍ୟା ଦେଇ ଗତି କରୁଛି। ଡାକ୍ତର ପଦବୀ ଖାଲି ପଡ଼ିଥିବା ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଏକ ସ୍ଥାୟୀ ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତି କରିବା ସହ ଏକ ୧୦୮ ଆମ୍ବୁଲାନ୍ସ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିବା ପାଇଁ ଠାକୁରଗଡ଼ ଗ୍ରାମବାସୀ ଦାବି କରିଛନ୍ତି। ବୁଧବାର ଏ ନେଇ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କୁ ତାଙ୍କ ବାସଭବନଠାରେ ଗ୍ରାମର ଏକ ପ୍ରତିନିଧି ଦଳ ପହଞ୍ଚି ଦାବିପତ୍ର ପ୍ରଦାନ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, କିଛି ମାସ ହେବ ଠାକୁରଗଡ଼ ସ୍ବାସ୍ଥ୍ୟକେନ୍ଦ୍ରରେ ଏମ୍‌ବିବିଏସ ଡାକ୍ତର ପଦବୀ ଖାଲି ପଡ଼ିଥିବାବେଳେ ସାଧାରଣ ଲୋକ ସ୍ବାସ୍ଥ୍ୟସେବା ପାଇ ପାରୁନାହାନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଆମ୍ବଶରମୁଣ୍ଡା, ଠାକୁରଗଡ଼, ମଇମୁରା, କନ୍ତପଡ଼ା, କୁର୍ତ୍ତିବାସପୁର, କୁରୁମଟାପ, ସାନହୁଲା ଆଦି ୭ଟି ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଚିକିତ୍ସା ପାଇଁ ନିର୍ଭର କରୁଛନ୍ତି। ହେଲେ ଡାକ୍ତର ନ ଥିବାବେଳେ ସ୍ବାସ୍ଥ୍ୟସେବା ମିଳିପାରୁ ନାହିଁ। ଏହି ଅଞ୍ଚଳ ଘଞ୍ଚ ଜଙ୍ଗଲ ଅଞ୍ଚଳ ହୋଇଥିବାବେଳେ ଅନେକ ବ୍ୟକ୍ତି ମ୍ୟାଲେରିଆ ଜ୍ୱରରେ ଆକ୍ରାନ୍ତ ହେଉଛନ୍ତି। ଫଳରେ ୧୭ କିମି ଦୂର ଆଠମଲ୍ଲିକ ଉପଖଣ୍ଡ ନଚେତ ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ଗରିବ ଶ୍ରେଣୀର ଲୋକ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ସେମାନଙ୍କୁ ସଠିକ୍‌ ଭାବେ ମାଗଣା ଔଷଧ ମିଳିନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଲାଗି ରହିଥିବା ସମସ୍ୟା ଗୁଡ଼ିକ ପୂରଣ କରିବା ପାଇଁ ଗ୍ରାମବାସୀ ଦାବି କରିଥିଲେ। ସେହିପରି ଏଥିପ୍ରତି ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସମସ୍ୟା ସମାଧାନ କରାଯିବ ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri