ଘରୋଇ ସଂସ୍ଥାକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩ା୬(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ବେତନ ଦେଇପାରି ନ ଥିବା ଘରୋଇ କମ୍ପାନୀ ବିରୋଧରେ ଜୁଲାଇ ଶେଷ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶିଳ୍ପସଂସ୍ଥା ଓ କର୍ମଚାରୀ ଉଭୟ ପରସ୍ପର ପାଇଁ ଆବଶ୍ୟକ। ତେଣୁ ସେମାନେ ଏକାଠି ବସି ବେତନ ପୈଠ ପ୍ରସଙ୍ଗର ସମାଧାନ କରିବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଅଶୋକ ଭୂଷଣ, ସଞ୍ଜୟ କିଷନ କୌଲ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ରାଜ୍ୟ ସରକାର ଏଭଳି ସମାଧାନ ପ୍ରକ୍ରିୟା ପାଇଁ ସୁଯୋଗ ସୃଷ୍ଟି କରିବା ସହ ରିପୋର୍ଟ ଦାଖଲ କରିବାକୁ ଖଣ୍ଡପୀଠ କହିଛନ୍ତି।
ଲକ୍‌ଡାଉନ ସମୟରେ ପୂର୍ଣ୍ଣ ବେତନ ପ୍ରଦାନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମାର୍ଚ୍ଚ ୨୯ରେ ଜାରି କରିଥିବା ସର୍କୁଲାରର ବୈଧତା ନେଇ ୪ ସପ୍ତାହ ମଧ୍ୟରେ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ଅଦାଲତ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୨୯ ସର୍କୁଲାର ବିରୋଧରେ ବିଭିନ୍ନ କମ୍ପାନୀ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ଶେଷ ସପ୍ତାହକୁ ଧାର୍ଯ୍ୟ କରାଯାଇଛି। ସମାଧାନ ପ୍ରକ୍ରିୟା ପାଇଁ ଶ୍ରମ ବିଭାଗ ଜରିଆରେ ଅଦାଲତଙ୍କ ନିର୍ଦ୍ଦେଶନାମାକୁ କମ୍ପାନୀ ଓ କର୍ମଚାରୀଙ୍କ ପାଖରେ ପହଞ୍ଚାଇବା ପାଇଁ ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କହିଛନ୍ତି। ଲକ୍‌ଡାଉନବେଳେ କମ୍ପାନୀ ବନ୍ଦ ଥିଲେ ମଧ୍ୟ କର୍ମଚାରୀଙ୍କ ବେତନ ନ କାଟିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସର୍କୁଲାର ଜାରି କରି ନିଯୁକ୍ତିଦାତାମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଶ୍ରମ ଓ ନିୟୋଜନ ବିଭାଗ ସଚିବ ସବୁ ରାଜ୍ୟର ମୁଖ୍ୟ ସଚିବମାନଙ୍କୁ ପତ୍ର ଲେଖି ମହାମାରୀ ବେଳେ କର୍ମଚାରୀ ଛଟେଇ ନ କରିବା ଏବଂ ବେତନ ହ୍ରାସ ନ କରିବାକୁ ନିଯୁକ୍ତିଦାତାମାନଙ୍କୁ ପରାମର୍ଶ ଦେବା ପାଇଁ କହିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଉପସ୍ଥିତ ରହି କହିଥିଲେ, ଲକ୍‌ଡାଉନ ପରେ ପ୍ରବାସୀ ଶ୍ରମିକମାନେ ନିଜ ରାଜ୍ୟକୁ ଫେରିଯାଉଥିବାରୁ ସେମାନଙ୍କୁ କାର୍ଯ୍ୟସ୍ଥଳରେ ଅଟକାଇ ରଖିବା ଲାଗି ପୂର୍ଣ୍ଣ ବେତନ ପ୍ରଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri