ଦିଶାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ନାୟିକା ଦିଶା ପାଟନି ୨୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବଲିଉଡ୍‌ ନାୟକ ଟାଇଗର ଶ୍ରଫ ତାଙ୍କ ଗର୍ଲ ଫ୍ରେଣ୍ଡକୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଭିଡିଓ ମାଧ୍ୟମରେ ଟାଇଗର ଦିଶାଙ୍କୁ ଶୁଭେଚ୍ଛା ଜଣାଇଥିବା ଦେଖାଯାଇଛି। ଏକ ଇଂରାଜୀ ଗୀତରେ ଦିଶା ଫରଫର୍ମ କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଟାଇଗର ଶେୟାର କରି ଦିଶାଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଥିବା ବେଳେ ଉକ୍ତ ଭିଡିଓକୁ ତାଙ୍କ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି। ମାତ୍ର କେଇ ମିନିଟ ମଧ୍ୟରେ ଏହି ଭିଡିଓକୁ ୪ ଲକ୍ଷରୁ ଅଧିକ ଦର୍ଶକ ଦେଖି ସାରିଲେଣି। ଭିଡିଓ ଶେୟାର କରିବା ସହ କ୍ୟାପଶନରେ ଟାଇଗର ଲେଖିଛନ୍ତି, ୩ ଓ୍ବାଫଲସ୍‌ ଓ ୩ ପାନ୍‌କେକ୍‌ ପରେ ମିଳିବ, ହାପି ବାର୍ଥ ଡେ। ଏହି କ୍ୟାପଶନ ପୂର୍ବରୁ ଟାଇଗର ହସୁଥିବା ଓ ଏକ ହାର୍ଟ ଇମୋଜି ଲଗାଇଛନ୍ତି। ଏହାକୁ ଦେଖିବା ପରେ କେତେଜଣ ସୋସିଆଲ ମିଡିଆ ୟୁଜର୍ସ କମେଣ୍ଟ ମଧ୍ୟ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି ତୁମେ ଦୁହେଁ ବଲିଉଡ୍‌ର ଫେବରେଟ କପୁଲ। ଏହାସହ ଦିଶାଙ୍କ ଜନ୍ମଦିନ ଅବସରରେ ତାଙ୍କ ନିକଟକୁ ଶୁଭେଚ୍ଛା ସୁଅ ଛୁଟିଛି। ବେଶ୍‌ କିଛିଦିନ ହେବ ଦିଶା-ଟାଇଗର ପରସ୍ପରକୁ ପ୍ରେମ କରୁଥିବା ଆଲୋଚନା ହେଉଥିଲେ ମଧ୍ୟ ଏମାନେ କେବେ ମୁହଁ ଖୋଲି ଏ ବିଷୟରେ କଥା ହୋଇ ନାହାନ୍ତି। ରିଲ୍‌ ହେଉ ଅବା ରିୟଲ ଲାଇଫରେ ଏମାନେ ଅନେକ ଥର ନଜର ଆସିଛନ୍ତି। ବେଳେ ବେଳେ ଏମାନଙ୍କ ମଧ୍ୟରେ ଝଗଡା ହେଉଥିବା ମଧ୍ୟ ଆଲୋଚନା ହୁଏ। ଏମିତିକି ଦିଶା ଏକଜିଦିଆ ହୋଇଥିବା ବେଳେ ଟାଇଗର କୁଆଡେ ସବୁ କଥାରେ ମ୍ୟାନେଜ କରନ୍ତି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri