କାନ୍ତକବିଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ସରକାରଙ୍କ ପ୍ରୟାସକୁ ସ୍ବାଗତ

ଭଦ୍ରକ ଅଫିସ, ୧୩ା୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରେରଣାଦାୟୀ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ପରାମର୍ଶ ଦେଇଥିଲେ। ତେବେ ସେଦିନ କେବଳ ଓଡିଶାରେ ନୁହେଁ ବରଂ ସମଗ୍ର ଭାରତ ଓ ଭାରତ ବାହାରେ ଥିବା ପ୍ରତ୍ୟେକଟି ପ୍ରବାସୀ ଓଡ଼ିଆ ଏହି କାଳଜୟୀ ସଙ୍ଗୀତକୁ ଗାନ କରି ନିଜକୁ ଅତ୍ୟନ୍ତ ଧନ୍ୟ ଓ କୃତାର୍ଥ ମନେ କରିଥିଲେ। ପରେ ଗତ ୭ ତାରିଖରେ କ୍ୟାବିନେଟ ବୈଠକରେ ଏହି ସଙ୍ଗୀତକୁ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ କରାଯାଇଥିଲା। ଏଥିସହିତ ସରକାର କାନ୍ତକବିଙ୍କ ନିଜ ଜନ୍ମମାଟିରେ ତାଙ୍କର ସ୍ମୃତିରକ୍ଷା ଲାଗି ଦେଢକୋଟି ଟଙ୍କାର ପ୍ୟାକେଜ ମଧ୍ୟ ଇତିମଧ୍ୟରେ ଘୋଷଣା କରି ସାରିଛନ୍ତି। କାନ୍ତକବିଙ୍କ ସ୍ମୃତିରକ୍ଷା ନେଇ ସରକାରଙ୍କ ଏସବୁ ସାମଗ୍ରୀକ ପ୍ରୟାସକୁ ଭଦ୍ରକ ବାସୀଙ୍କ ପକ୍ଷରୁ ସ୍ବାଗତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭଦ୍ରକ କାନ୍ତକବି ମଞ୍ଚ ପକ୍ଷରୁ ଭାଗବତ କଲ୍ୟାଣ ମଣ୍ଡପ ଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ କୃତଜ୍ଞତା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ମଞ୍ଚର ଆବାହକ ଲକ୍ଷ୍ମୀଧର ବିଶ୍ୱାଳ ସଭାପତିତ୍ୱ କରିଥିବା ବେଳେ ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ତାଙ୍କ ବକ୍ତବ୍ୟରେ ରାଜ୍ୟ ସଙ୍ଗୀତର ସ୍ରଷ୍ଟାରଙ୍କ ସ୍ମୃତିରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପାଇଁ ତାଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ କାନ୍ତକବିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉଦ୍ୟାନ ଓ ନାଟମଣ୍ଡପ ତିଆରି ଖୁବଶୀଘ୍ର ଆରମ୍ଭ ହେବ ବୋଲି କହିଥିଲେ। ସେହିପରି ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ତାଙ୍କ ବକ୍ତବ୍ୟରେ କାନ୍ତକବିଙ୍କ ସ୍ମୃତିରକ୍ଷା ରାଜ୍ୟ ସରକାରଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ପଣ୍ଡିତ ବୀରେନ୍ଦ୍ର ପଣ୍ଡା, ପ୍ରାଧ୍ୟାପିକା ରାଧାରଣୀ ମହାପାତ୍ର, ପ୍ରାଧ୍ୟାପକ ପବିତ୍ର ପାଣିଗ୍ରାହୀ, ଶିଳ୍ପି ଓ କବି ଅଶୋକ ମହାନ୍ତି, ହରିହର ନାୟକ, ରୋଟାରିଆନ ଶିଶିର ମିଶ୍ର, ବିଏସଏସ୍‌ର ସଞ୍ଜୀତ ନାୟକ ଓ କବି ଶ୍ରୀକାନ୍ତ ନାୟକ ପ୍ରମୁଖ ଯୋଗ ଦେଇ ଦୀର୍ଘ ୧୦୮ ବର୍ଷ ପୂର୍ବେ ରଚିତ ଏହି ସଙ୍ଗୀତକୁ ମୁଖ୍ୟମନ୍ତ୍ରୀ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ କରିଥିବାରୁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ।
ଫଟୋ-
ମଞ୍ଚାସୀନ ଏମ୍‌ପି, ବିଧାୟକ ଓ ଅନ୍ୟମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri