ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତି

ଜୁନାଗଡ଼,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀମାନେ ଯିବାକୁ ଅନିଚ୍ଛୁକ ହେଉଛନ୍ତି। ମହିଚଳା ସରପଞ୍ଚ ଅଜୟ ବେହେରାଙ୍କ ଭଲପାଇବା ଏଭଳି ଭାବରେ ପ୍ରବାସୀଙ୍କୁ ବାନ୍ଧି ରଖିଛି ଯେ ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ସେମାନେ ଅନିଚ୍ଛା ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ରାଜ୍ୟ ବାହାରୁ ଆସୁଥିବା ପ୍ରବାସୀମାନଙ୍କୁ ବିଭିନ୍ନ ପଞ୍ଚାୟତ ସ୍ତରରେ ସଙ୍ଗରୋଧ କେନ୍ଦ୍ରରେ ରଖାଯାଉଥିବା ବେଳେ ସରପଞ୍ଚଙ୍କୁ ଜିଲାପାଳ ଦାୟିତ୍ୱ ଦେବା ସହିତ ପ୍ରବାସୀ ମାନଙ୍କ ସମସ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୮୦ ଜଣ ପ୍ରବାସୀ ରହୁଥିଲେ । ସରପଞ୍ଚ ଅଜୟ କୁମାର ବେହେରା ପ୍ରବାସୀଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି । ବିଶେଷ କରି ଏହି କେନ୍ଦ୍ରରେ ଅନେକ ଗର୍ଭବତୀ ପ୍ରବାସୀ ମହିଳା ଥିବା ବେଳେ ନିଜ ଖର୍ଚ୍ଚରେ ସେମାନଙ୍କୁ ସେବା ଯୋଗାଇ ଦେଉଛନ୍ତି । ଅନେକ ଗର୍ଭବତୀ ଓ ପ୍ରସୂତୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନେଉଛନ୍ତି । ପ୍ରତିଦିନ ସକାଳେ ଯୋଗ ଓ ବ୍ୟାୟାମ କରାଉଥିବା ବେଳେ ସାରେ ବିଭିନ୍ନ ମନୋରଞ୍ଜନ ଧର୍ମୀ କାର୍ଯ୍ୟକ୍ରମ କରୁଛନ୍ତି। ବର୍ତ୍ତମାନ ୮୦ ଜଣ ପ୍ରବାସୀଙ୍କୁ ଘରକୁ ଯିବାପାଇଁ କହିବାରୁ ସେମାନେ ସଙ୍ଗରୋଧ କେନ୍ଦ୍ର ଛାଡିଯିବାକୁ ଅନିଚ୍ଛା ପ୍ରକାଶ କରିଛନ୍ତି। ପରେ ଯିବା ସମୟରେ ଅନେକ ପ୍ରବାସୀ ମହିଳା ଓ ପୁରୁଷ ମନେ କାନ୍ଦିକାନ୍ଦି ଘରକୁ ଯଉଥିବା ଦୃଶ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri