Posted inରାଜ୍ୟ

ଆଜିଠୁ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବୁଧବାରଠାରୁ ଖୋଲିବ। ଅଧ୍ୟାପକ ଓ କର୍ମଚାରୀମାନେ ଅଫିସ ଆସିବେ। କିନ୍ତୁ ପାଠପଢ଼ା ହେବ ନାହିଁ। ଏନେଇ ଗତ ୧୨ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ସରକାରଙ୍କ ଏହି ନିଷ୍ପତ୍ତିକୁ ଦୃଢ଼ ବିରୋଧ କରିଛି ସରକାରୀ ଓ ବେସରକାରୀ ଅଧ୍ୟାପକ କର୍ମଚାରୀ କ୍ରିୟାନୁଷ୍ଠାନ କମିଟି। ଏବେ କଲେଜ ନ ଖୋଲି ଜୁଲାଇ ୩୧ ପରେ ୩୦% ଅଧ୍ୟାପକଙ୍କୁ ନେଇ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅଧ୍ୟାପକମାନେ ଦାବି କରୁଛନ୍ତି। ମଙ୍ଗଳବାର କମିଟି ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
କମିଟିର କହିବାନୁଯାୟୀ, ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଜୁଲାଇ ୩୧ ଓ କେନ୍ଦ୍ର ସରକାର ଅଗଷ୍ଟ ୧୫ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। ରାଜ୍ୟରେ ୪୦୦ରୁ ଊର୍ଦ୍ଧ୍ୱ କଲେଜରେ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। ବର୍ତ୍ତମାନ ସୁଦ୍ଧା ବସ୍‌ ଚଳାଚଳ ସ୍ବାଭାବିକ ହୋଇ ନ ଥିବାରୁ କର୍ମଚାରୀମାନେ କିପରି କଲେଜ ଆସିବେ ତାହା ଚିନ୍ତାର କାରଣ ହୋଇଛି। ସେହିପରି ଯେଉଁମାନେ ଘରଭଡ଼ା ନେଇ ରହୁଥିଲେ ସେମାନଙ୍କୁ ମଧ୍ୟ ମାଲିକମାନେ ରହିବାକୁ ଅନୁମତି ଦେଉନାହାନ୍ତି। ଏହାଛଡ଼ା ଅଧ୍ୟାପକ, କର୍ମଚାରୀମାନେ ମୂଲ୍ୟାୟନ କାର୍ଯ୍ୟ, କୋଭିଡ୍‌-୧୯ କାର୍ଯ୍ୟ ଓ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ଅନ୍ୟାନ୍ୟ ଅଫିସ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଯଦି ଏହା ପରେ ବି ଛାତ୍ରୀଛାତ୍ରଙ୍କ ଅନୁପସ୍ଥିତିରେ ଶିକ୍ଷାନୁଷ୍ଠାନ ଖୋଲିବ ତେବେ ଅଧ୍ୟାପକମାନେ କ’ଣ କରିବେ ବୋଲି ସେମାନେ ପ୍ରଶ୍ନ କରିଛନ୍ତି।
୬୬୨ବର୍ଗ କଲେଜ ସଭାପତି ତଥା କ୍ରିୟାନୁଷ୍ଠାନ କମିଟି ଆବାହକ ଗୋଲକ ନାୟକ କହିଛନ୍ତି, ଅନେକ ଅଧ୍ୟାପକ କଲେଜ ଯାଇପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ତୁରନ୍ତ ଏ ଦିଗରେ ପଦକ୍ଷେପ ନିଅନ୍ତୁ। କମିଟି ଆବାହକ ପବିତ୍ର ମହଲା କହିଛନ୍ତି, ବିଶେଷକରି ଅଧ୍ୟାପିକାମାନେ କଲେଜ ଯିବାରେ ବହୁ ସମସ୍ୟାର ସମ୍ମୁଖୀନ ହେବେ। ଏଥି ସହିତ ସମସ୍ତ ଅଧ୍ୟାପକ ଓ କର୍ମଚାରୀ କଲେଜ ଗଲେ ସେମାନେ କମନ ରୁମ୍‌ରେ ବସିବା ଉଚିତ ହେବ ନାହିଁ। ଏହିଭଳି ଅନେକ ସମସ୍ୟା ନେଇ ଆମେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛୁ। ସେପଟେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଥିବା ଗୋଲକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri