ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଇଥିବା ନିର୍ଦ୍ଦେଶକୁ କୌଣସି ସରକାରୀ ଅଧିକାରୀ ପାଳନ କରୁନାହାନ୍ତି। ପ୍ରତିଦିନ ୧୫ହଜାର ଟେଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିବା ପରେ ସୁଦ୍ଧା ଏହା ହୋଇ ପାରିଲାନାହିଁ। ସରକାରୀ ଅଧିକାରୀମାନେ ଏ ଦିଗରେ ଧ୍ୟାନ ନ ଦେଇ କେବଳ ଗଣମାଧ୍ୟମକୁ ବିବୃତି ଦେଇ ନିଜ ପିଠି ନିଜେ ଥାପୁଡାଉଛନ୍ତି ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଅଭିଯୋଗ କରିଛନ୍ତି ା ଭାଜପାର ଏହି ଅଭିଯୋଗ ଉପରେ ବିଜେଡି କଡା ପ୍ରତିକ୍ରିୟା ପ୍ରକାଶ କରିଛି। ଆଇସିଏମ୍ଆର ନିର୍ଦ୍ଦେଶାବଳୀ ଭାଜପା ନେତାମାନେ ପଢନ୍ତୁ ବୋଲି ବିଜେଡି ନେତା ସସ୍ମିତ ପାତ୍ର କହିଛନ୍ତି।
ଗୋଲକ କହିଛନ୍ତି ଯେ, ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ପ୍ରତିଦିନ ୧୫ହଜାରରୁ ଊର୍ଦ୍ଧ୍ୱ ଟେଷ୍ଟ କରୁଛି ା ଏବେ ସୁଦ୍ଧା ଆନ୍ଧ୍ର ପ୍ରଦେଶ ୫ ଲକ୍ଷ ୬୭ ହଜାର ଟେଷ୍ଟ କରିଥିବାବେଳେ ଓଡିଶାରେ ୨ ଲକ୍ଷ ୫ ହଜାର ୫୦୧ ଟେଷ୍ଟ ହୋଇଛି ା ଏହା ମଧ୍ୟରୁ ୪୧୬୩ ପଜିଟିଭ ବାହାରିଥିବାବେଳେ ୧୨୯୫ଟି ଆକ୍ଟିଭ କେସ ରହିଛି। ଜୁନ୍ ୭ରେ ୩୪୭୭, ୮ରେ ୩୩୧୭, ୯ରେ ୨୯୬୯, ୧୦ରେ ୩୦୨୬, ୧୧ରେ ୩୩୩୩, ୧୨ରେ ୩୮୩୩, ୧୩ରେ ୩୮୮୦, ୧୪ରେ ୩୫୫୮, ୧୫ରେ ୨୪୯୯, ୧୬ରେ ୨୯୮୮ ଜଣଙ୍କ କରୋନା ଟେଷ୍ଟ ହୋଇଛି। ଗଞ୍ଜାମରେ ସର୍ବାଧିକ କରୋନା ରୋଗୀ ବାହାରିବାରୁ ସେଠାରେ ଭୟାଭୟ ସ୍ଥିତି ରହିଛି ା ବ୍ୟବସାୟୀମାନେ ନିୟମିତ ଏକାଧିକ ଲୋକଙ୍କ ସଂସ୍ପର୍ଶରେ ଆସୁଥିବାରୁ ସେମାନଙ୍କୁ କରୋନା ହେବାର ଆଶଙ୍କା ରହିଛି। ଏଣୁ ଅତ୍ୟାବଶକ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କ ମଧ୍ୟ କରୋନା ପରୀକ୍ଷା କରାଯିବା ଆବଶ୍ୟକ। ସରକାର ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍ ସେଣ୍ଟରରେ ୭ଦିନ ରଖି ବିନା ପରୀକ୍ଷାରେ ଘରକୁ ପଠାଇ ଦେଉଛନ୍ତି ା ଏହାଦ୍ୱାରା କରୋନା ବ୍ୟାପିବାର ସମ୍ଭାବନା ଅଧିକ ଅଛି ବୋଲି ଗୋଲକ କହିଛନ୍ତି।
ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ କହିଛନ୍ତି ଯେ, କେନ୍ଦ୍ରର ଭାଜପା ନେତୃତ୍ୱାଧିନ ସରକାର ଏବଂଦେଶରେ କରୋନା ମନିଟରିଂ କରୁଥିବା ଜାତୀୟ ସଂସ୍ଥା ଆଇସିଏମ୍ଆର କେବଳ ଲକ୍ଷଣ ପ୍ରକାଶ ପାଉଥିବା ବ୍ୟକ୍ତିମାନଙ୍କ ପରୀକ୍ଷା କରିବାକୁ ମାର୍ଗଦର୍ଶିକା ଜାରି କରିଛନ୍ତି। ଭାଜପା ନେତାମାନେ ବୟାନବାଜି କରିବା ପୂର୍ବରୁ କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକା ପଢିବା ଦରକାର। ଆଇସିଏମଆର ଆଧାରରେ କରୋନା ପରୀକ୍ଷା ଚାଲିଛି। ରାଜ୍ୟରେ କରୋନା ବର୍ତ୍ତମାନ ନିୟନ୍ତ୍ରଣାଧିନ ରହିଛି। ଆଇସିଏମଆର ମାର୍ଗଦର୍ଶିକା ଅନୁଯାୟୀ ରାଜ୍ୟ ସରକାର ମିଶାମିଶି ଭାବେ ପରୀକ୍ଷା ଚଳାଇଛନ୍ତି। ଭାଜପା ଏବଂ କଂଗ୍ରେସ ଶାସିତ ରାଜ୍ୟଗୁଡିକ ଅନୁରୂପ ଭାବେ ପରୀକ୍ଷା କରୁଛନ୍ତି। ତେଣୁ ଏଭଳି ସ୍ପର୍ଶକତାର ଘଟଣାରେ ରାଜନୀତି କରିବା ଆଗରୁ ଭାଜପା ରାଜ୍ୟ ନେତୃବୃନ୍ଦ କେନ୍ଦ୍ର ମାର୍ଗଦର୍ଶିକା ପଢନ୍ତୁ। କେଉଁସବୁ ଭାଜପା ଶାସିତ ରାଜ୍ୟଗୁଡିକରେ ଟିଏମ୍ସି ଭଳି ବ୍ୟବସ୍ଥା ହୋଇଛି ବୋଲି ପାତ୍ର ପ୍ରଶ୍ନ କରିଛନ୍ତି।
PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...
ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ
ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି...
ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର
ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...
ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ
ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...
ଟିପିଡବ୍ଲୁଓଡିଏଲ୍ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...
ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...
ଭୁବନେଶ୍ବର ପାଇଁ ନୂଆ ଟିମ୍ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
Archives


