୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ହେଲା ଭାରତ

ଜେନେଭା, ୧୮।୬: ଭାରତ ୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛି। ଏନେଇ ହୋଇଥିବା ଭୋଟିଂରେ ୧୯୩ ସଦସ୍ୟ ରାଷ୍ଟ୍ର ଅଂଶଗ୍ରହଣ କରିଥିଲେ। ଭାରତ ସପକ୍ଷରେ ୧୮୪ ଦେଶ ନିଜର ସମର୍ଥନ ଦେଇଥିଲେ। ଆମେରିକା ଏନେଇ ଭାରତକୁ ସ୍ବାଗତ କରିଛି। ଭାରତ ସହିତ ମିଶି ପୃଥିବୀରେ ସୁରକ୍ଷା ଏବଂ ଶାନ୍ତି କ୍ଷେତ୍ରରେ କାର୍ଯ୍ୟ କରିବ ବୋଲି ଆମେରିକା କହିଛି। ଭାରତ ଦୁଇ ବର୍ଷ ପାଇଁ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛି। ଭାରତର କାର୍ଯ୍ୟକାଳ ୨୦୨୧ ଜାନୁୟାରୀ ୧ରୁ ଆରମ୍ଭ ହେବ। ଏହା ପୂର୍ବରୁ ଭାରତ ୧୯୫୦-୫୧, ୧୯୬୭-୬୮, ୧୯୭୨-୭୩, ୧୯୭୭-୭୮, ୧୯୮୪-୮୫, ୧୯୯୧-୯୨ ଏବଂ ୨୦୧୧-୧୨ରେ ସୁରକ୍ଷା ପରିଷଦ ଅସ୍ଥାୟୀ ସଦସ୍ୟ ଭାବେ କାର୍ଯ୍ୟ କରି ସାରିଛି। ଭାରତ ସହିତ ଅୟାରଲାଣ୍ଡ, ମେକ୍ସିକୋ ଏବଂ ନରଓ୍ବେ ମଧ୍ୟ ଅସ୍ଥାୟୀ ସଦସ୍ୟ ଭାବେ ନିର୍ବିାଚିତ ହୋଇଛନ୍ତି। ସୂଚନାଯୋଗ୍ୟ,ଜାତିସଂଘ ସୁରକ୍ଷା ପରିଷଦରେ ୧୫ ସଦସ୍ୟ ରାଷ୍ଟ୍ର ମଧ୍ୟରେ ୫ ସ୍ଥାୟୀ ଥିବାବେଳେ ୧୦ ଅସ୍ଥାୟୀ ସଦସ୍ୟ ଭାବେ କାର୍ଯ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri