ପଦ୍ମପୁରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିସର ୭୨ ଘଣ୍ଟା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା

କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଶନିବାର ଜଣେ ୩୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର କାଉଁରକଳା ପଞ୍ଚାୟତ ବଉଳମାଳ ଗ୍ରାମରେ ବୋଲି ଜଣାପଡ଼ିଛି।
ଏହି ବ୍ୟକ୍ତି ଜଣକ ମହାରାଷ୍ଟ୍ରରେ କାମ କରୁଥିଲେ। କରୋନା ପ୍ରଭାବରେ ଲକ୍‌ଡାଉନ୍‌ ଯୋଗୁ ଗାଡ଼ି ବନ୍ଦ ହୋଇ ଯାଇଥିବାରୁ ସେଠାରେ ଫସି ରହିଥିଲେ। କୋହଳ ହେବା ପରେ ଟ୍ରେନ ଯୋଗେ ଭୁବନେଶର ପହଞ୍ଚିଥିଲେ। ସେଠାରୁ ପ୍ରାଇଭେଟ ବସ୍‌ ଯୋଗେ ୧୪.୬.୨୦ରେ ପଦ୍ମପୁର କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଆସି ପହଞ୍ଚିଥିଲେ। ତାଙ୍କୁ ସେଠାରେ ରଖାଯାଇଥିଲା। ୧୭ ତାରିଖରେ ତାଙ୍କର ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ୧୨ ଦିନ ରହିଲା ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିଥିଲା। ଆକ୍ରାନ୍ତଙ୍କଠାରେ ପୂର୍ବରୁ ଥଣ୍ତା କାଶ ଲାଗି ରହିଥିଲା। ଆଜି ପଦ୍ମପୁର ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନରେ ସେଣ୍ଟରରେ ମେଡିକାଲ ଟିମ୍‌ ପହଞ୍ଚି ତାଙ୍କୁ କେନ୍ଦୁଝର ରାଙ୍କି କୋଭିଡ୍‌ ହସ୍ପିଟାଲ ପଠାଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ପଦ୍ମପୁର ଅଞ୍ଚଳରେ କରୋନା ରୋଗୀ ଚିହ୍ନଟ ନେଇ ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସରପଞ୍ଚ ରାଜେନ୍ଦ୍ର ହାଁସଦା ମହାମାରୀ କରୋନା ସତର୍କ ହେବାକୁ ସଦର ପୋଲିସର ସହାୟତା ମାଗିଥିଲେ। ଫଳରେ ପୋଲିସ କାରାଣ୍ଟାଇନ୍‌ ସେଣ୍ଟର ପରିସରକୁ ଶୁକ୍ରବାରଠାରୁ ସୋମବାର ପର୍ଯ୍ୟନ୍ତ ୭୨ ଘଣ୍ଟା କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିବା ପାଇଁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri