ରଥଯାତ୍ରା ପ୍ରସଙ୍ଗ: ପ୍ରାୟୋଜିତ ଯୋଜନା କହିଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୨।୬: ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରା ବନ୍ଦ ରଖିବା ଲାଗି ଶୁକ୍ରବାର ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ଏହି ରାୟ ପରେ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ରଥଯାତ୍ରା ବନ୍ଦ ପାଇଁ ପ୍ରାୟୋଜିତ ଯୋଜନା ହୋଇଥିବା ସେ କହିଛନ୍ତି। ରବିବାର ଏକ ଭିଡିିଓ ବାର୍ତ୍ତାରେ ଜଗଦ୍‌ଗୁରୁ କହିଛନ୍ତି, ରାୟର ପୁନର୍ବିଚାର ପାଇଁ ଯଦି ସୁପ୍ରିମ୍‌କୋର୍ଟ ଚାହିଁଥାନ୍ତେ ତେବେ ୨୦ ତାରିଖରେ ସ୍ବେଚ୍ଛାକୃତ ଭାବେ ଆବେଦନକୁ ଗ୍ରହଣ କରିପାରିଥାନ୍ତେ। ବର୍ତ୍ତମାନ ଅବକାଶକାଳୀନ ଛୁଟି ଥିଲେ ମଧ୍ୟ ବିଶେଷ ପରିସ୍ଥିତିରେ ନ୍ୟାୟାଳୟ ଖୋଲିଥାଏ। ମଙ୍ଗଳବାର ରଥଯାତ୍ରା। ମଝିରେ ମାତ୍ର ଗୋଟିଏ ଦିନ ସୋମବାର ରହିଛି। ତେଣୁ ରଥଯାତ୍ରା ବନ୍ଦ ପାଇଁ ସୁନିୟୋଜିତ ଯୋଜନା ହୋଇଥିବା ଯେ କେହି ଭାବିବାକୁ ବାଧ୍ୟ ହେବେ। ଗ୍ରୀଷ୍ମ ଅବକାଶ ଠିକ୍‌ ପୂର୍ବରୁ ଏଭଳି ରାୟ ଦିଆଯିବା ଏହାକୁ ସ୍ପଷ୍ଟ କରୁଛି ବୋଲି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri