ରଥଯାତ୍ରା ପ୍ରସଙ୍ଗ: ପୁନର୍ବିଚାର ପରେ ଆଇନଗତ ପଦକ୍ଷେପ ନେବେ ସରକାର

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନ କରିବା ପାଇଁ ସୁପ୍ରିମକୋର୍ଟ ଜୁନ୍‌ ୧୮ ତାରିଖରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାକୁ ପାଳନ କରିବା ପାଇଁ ରାଜ୍ୟ ସରକାର ସେହିଦିନ କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ନେଇଥିଲେ। ତେବେ ଏହି ନିଷ୍ପତ୍ତି ଜଗନ୍ନାଥପ୍ରେମୀଙ୍କ ମନରେ ଆଘାତ ସୃଷ୍ଟି କରିଛି। ରଥଯାତ୍ରା କରିବା ପାଇଁ ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି, ଛତିଶା ନିଯୋଗ ଏବଂ ବିଭିନ୍ନ ମହଲରୁ ଦାବି କରାଯାଉଛି। ଆସନ୍ତା ୨୩ତାରିଖରେ ରଥଯାତ୍ରା କରିବା ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟି ଓ ଛତିଶା ନିଯୋଗ ବୈଠକ ପରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ଗଜପତିଙ୍କ ଅନୁରୋଧ ପରେ ରାଜ୍ୟ ସରକାର ଆଇନ ଅନୁଯାୟୀ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ସୁପ୍ରିମ୍‌କୋର୍ଟଙ୍କ ପୁନର୍ବିଚାର ରାୟ ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।
ରଥଯାତ୍ରା ବନ୍ଦ କରିବା ପାଇଁ ସୁପ୍ରିମକୋର୍ଟରେ ହୋଇଥିବା ମୂଳ ରିଟ୍‌ ପିଟିଶନ (ନଂ.୫୭୧/୨୦୨୦)ର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ରଥଯାତ୍ରା ବନ୍ଦ କରିବାକୁ ରାୟ ପ୍ରକାଶ କରିବା ପରେ ଏହାକୁ ବିଭିନ୍ନ ବ୍ୟକ୍ତିବିଶେଷ, ଅନୁଷ୍ଠାନ ପକ୍ଷରୁ ବିରୋଧ କରାଯାଇଥିଲା। ଏପରିକି ଏହି ରାୟ ପରିବର୍ତ୍ତନ କରିବାକୁ ଏକାଧିକ ରିଭ୍ୟୁ ପିଟିଶନ ଦାଖଲ କରାଯାଇଛି। ସୁପ୍ରିମକୋର୍ଟରେ ସୋମବାର ଏହାର ଶୁଣାଣି ହେବ। ତେବେ ମୁଖ୍ୟମନ୍ତ୍ରୀଙ୍କୁ ଗଜପତି ମହାରାଜାଙ୍କ ଅନୁରୋଧ ପରେ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟରେ ୩ଟି ଇଣ୍ଟରଭେନ୍‌ଶନ୍‌ ଆବେଦନ କରାଯାଇଥିଲା। ସାମାଜିକ ଦୂରତା ରକ୍ଷା କରି ସେବାୟତ ଏବଂ ପୋଲିସ ପ୍ରଶାସନ ସହାୟତାରେ ରଥ ଟାଣିବାକୁ ଆବେଦନକାରୀ ପିଟିଶନ ମାଧ୍ୟମରେ ଦର୍ଶାଇଥିଲେ। ତେବେ କୋଭିଡ-୧୯ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରଥଯାତ୍ରା ପାଇଁ ଅନୁମତି ନ ଦେବା ଲାଗି ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ଜଣାଇଥିଲେ। ସରକାର ଏହି ମହାମାରୀକୁ ଏ ପର୍ଯ୍ୟନ୍ତ ସଫଳତାର ସହ ମୁକାବିଲା କରି ଆସିଛନ୍ତି। ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଅନେକେ କ୍ୱାରାଣ୍ଟାଇନ ଅବଧି ଶେଷ କରି ଘରକୁ ଫେରିଛନ୍ତି। ମୌସୁମୀ ଆସିଥିବାରୁ ଜୁନ୍‌ ଓ ଜୁଲାଇ ମାସରେ କରୋନା ସଂକ୍ରମଣର ଆଶଙ୍କା ଅଧିକ ମାତ୍ରାରେ ରହିଛି। ଏହି ମହାମାରୀ ଯୋଗୁ ସମଗ୍ର ବିଶ୍ୱରେ ଲକ୍ଷାଧିକ ଲୋକଙ୍କ ଜୀବନ ଗଲାଣି। ଲୋକମାନଙ୍କ ସମାଗମ ହେଲେ ଏହା ଏକ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଜନସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ସର୍ବୋଚ୍ଚ ନ୍ୟାୟାଳୟ ରଥଯାତ୍ରା ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri