ଡକାୟତି ଉଦ୍ୟମ ପଣ୍ଡ: ମାରଣାସ୍ତ୍ର ସହ ଦୁଇ ଗାଡ଼ି ଜବତ, ୪ ଗିରଫ

ପଟ୍ଟାମୁଣ୍ଡାଇ,୨୨ା୬(ସ୍ବ.ପ୍ର.) : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ଅଞ୍ଚଳ ତରାଡ଼ିପାଳ ପଞ୍ଚାୟତ ଗୋପାଳପୁର ଛକରୁ ରବିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ କରୁଥିବା ବେଳେ ଚଉଦକୁଲାଟ ଫାଣ୍ଡି ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଚଢ଼ାଉ ବେଳେ ଆଉ ଦୁଇ ଅନ୍ଧାରରେ ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି। ଡକାୟତଙ୍କ ପାଖରୁ ଏକ ପିସ୍ତଲ, ଦୁଇଟି ଅଖାବ୍ୟାଗ ଓ ଗୋଟିଏ ପଲସର ଏବଂ ସ୍କୁଟି ଜବତ କରିଛି ପୋଲିସ। ଗିରଫ ଡକାୟତମାନଙ୍କୁ ସୋମବାର ପଟ୍ଟାମୁଣ୍ଡାଇ ଥାନାରେ ହାଜିର କରିଛି। ତେବେ ଡକାୟତମାନଙ୍କ ଘର ଯାଜପୁର ଜିଲା ବରୀ ମାଉଣ୍ଟ ଶଙ୍ଖାରୀଗୋଡ଼ା ଅଞ୍ଚଳ ବୋଲି ଜଣାପଡ଼ିଛି। ତେବେ ଡକାୟତମାନେ ଦୁଇଟି ଗାଡ଼ିରେ ଅଳପୁଆ ଦେଇ ଗୋପାଳପୁର ଛକରେ ପହଞ୍ଚିଥିଲେ। ସେମାନେ ଡକାୟତ କରିବାକୁ ଯୋଜନା କରୁଥିବା ବେଳେ ସ୍ଥାନୀୟ ଲୋକେ ଚଉଦକୁଲାଟ ଫାଣ୍ଡି ପୋଲିସକୁ ଖବର ଦେଇଥିଲେ ଖବର ପାଇ ଚଉଦକୁଲାଟ ଫାଣ୍ଡି ଅଧିକାରୀ ସଦଳବବଳ ଘଟଣାସ୍ଥଳରେ ପହଞ୍ଚି ୪ ଡକାୟତଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଜଣ ଖସି ପଳେଇବାକୁ ସକ୍ଷମ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ପୋଲିସ ଗିରଫ ଡକାୟତମାନଙ୍କୁ ଅଟକ ରଖି ପଚରାଉଚରା କରିଛି। ତେବେ ସେମାନଙ୍କ ନାମ ପୋଲିସ ପ୍ରକାଶ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri