୧.୧୩ ଲକ୍ଷ ଜାଲ୍‌ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍‌ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ ଧରିଛି। ସିମିଲିସାହିଠାରେ ଚଢ଼ାଉ ବେଳେ ଏକ ଟାଟା ସୁମୋରୁ ୧ ଲକ୍ଷ ୧୩ ହଜାର ଟଙ୍କାର ଜାଲ୍‌ ନୋଟ ଏବଂ ୩୦ କି.ଗ୍ରା. ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ଜଣେ କନଷ୍ଟେବଳଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି ା ସେମାନେ ହେଲେ କନଷ୍ଟେବଳ ବସନ୍ତ ନାହାକ, ଫୁଲବାଣୀର ମଧୁସୂଦନ ଦିଗାଲ ଓ ବଳଭଦ୍ର ସାହାଣୀ। କନଷ୍ଟେବଳ ଜଣକ ଦାରିଙ୍ଗିବାଡି ବ୍ଲକ ବ୍ରହ୍ମଣୀଗାଁ ଥାନାରେ କାର୍ଯ୍ୟରତ ଥିଲେ ା ଗତ ୧୫ ତାରିଖରେ ଜଣେ ବ୍ୟକ୍ତିଙ୍କୁ ଧମକ ଦେଇ ଟଙ୍କା ଆଦାୟ କରିଥିବା ନେଇ ତାଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହୋଇଥିଲା। ୧୬ ତାରିଖରେ ଏସ୍‌ପି ତାଙ୍କୁ ନିଲମ୍ବିତ କରି ରିଜର୍ଭ କାର୍ଯ୍ୟାଳୟରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ ା ଏହା ପରେ ବି ସେ ଗଞ୍ଜେଇ କାରବାରରେ ଲିପ୍ତ ରହିଥିଲେ ା
ରବିବାର ଫିରିଙ୍ଗିଆ ଥାନା ପୋଲିସ ସିମିଲିସାହି- ଡିମିରିଗୁଡା ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ସନ୍ଦେହଜନକ ଭାବେ ଯାଉଥିବା ଟାଟାସୁମୋ (ନଂ.ଓଆର ୦୨ ଏଟି ୯୩୬୯)କୁ ଅଟକାଇଥିଲା ା ଯାଞ୍ଚ ବେଳେ ଉକ୍ତ ଗାଡିରୁ ୩୦ କି.ଗ୍ରା. ଗଞ୍ଜେଇ ଏବଂ ୧ ଲକ୍ଷ ୧୩ ହଜାର ଟଙ୍କାର ଜାଲ୍‌ ନୋଟ ବାହାରିଥିଲା ା ଗାଡିରେ ଥିବା ୩ ଜଣଙ୍କୁ ପୋଲିସ ଗିରଫ କରିଥିଲା ା ଏ ନେଇ ନଂ.୪୮/୨୦ରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତମାନଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି ା ଜାଲନୋଟ୍‌ କାରବାରରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ଏବଂ ଏହାର ଲିଙ୍କ୍‌ କେଉଁଠି ସେ ନେଇ ତଦନ୍ତ ଚାଲିଥିବା ଥାନାଧିକାରୀ ଶ୍ୟାମ ସୁନ୍ଦର ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri