ହିନ୍ଦି ମୁଭି ‘ଦିଲ୍‌’କୁ ପୁରିଲା ୩୦ ବର୍ଷ ଫଟୋ ଶେୟାର କଲେ ଧକ୍‌ଧକ୍‌ ଗର୍ଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦିକ୍ଷିତଙ୍କର ରହିଛି ଏକ ଭିନ୍ନ ପରିଚୟ। ତାଙ୍କ ଅଭିନୟ, ନୃତ୍ୟ ସବୁକିଛି ଦର୍ଶକଙ୍କୁ ବାନ୍ଧି ରଖିବାରେ ସହାୟକ ହୋଇଥାଏ। ବଡ ପରଦାରେ ବହୁ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିବା ମାଧୁରୀଙ୍କ ଆଉ ଏକ ଅଭିନୀତ ଫିଲ୍ମ ହେଉଛି ‘ଦିଲ୍‌’। ଏଥିରେ ତାଙ୍କ ନାୟକ ସାଜିଥିଲେ ଆମିର ଖାଁ। ମାଧୁରୀ ଦିକ୍ଷିତ ଓ ଆମିର ଖାଁଙ୍କ ଅଭିନୀତ ଏହି ଫିଲ୍ମ ସେ ସମୟରେ ବକ୍ସ ଅଫିସରେ ହିଟ୍‌ ହୋଇଥିଲା। ୧୯୯୦ରେ ବଡ ପରଦାରେ ରିଲିଜ୍‌ ହୋଇଥିବା ଏହି ଫିଲ୍ମକୁ ୧୦ ବର୍ଷ ପୂରଣ ହୋଇଯାଇଥିବେଳେ ବଲିଉଡ୍‌ ଧକ୍‌ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ କିଛି ଫଟୋ ଶେୟାର କରିଛନ୍ତି ସୋସିଆଲ ମିଡିଆରେ। ଯାହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି।

ମାଧୁରୀ ଯେଉଁ ଫଟୋ ଶେୟାର କରିଛନ୍ତି ସେଥିରେ ସେ ଆମରିଙ୍କ ସହ ମଜା କରୁଥିବା ଦେଖାଯାଇଛି। ଏହି ଫଟୋ ଶେୟାର କରିବା ସହ ମାଧୁରୀ ଲେଖିଛନ୍ତି, ଦିଲ୍‌ ଫିଲ୍ମକୁ ୩୦ ବର୍ଷ ପୁରଣ ହୋଇଛି। ଏବେବି ସେଦିନର କଥା ମନେଅଛି। ଆମିର ଓ ମୁଁ ମିଶି ବହୁତ ମଜା କରୁଥିଲୁ ଶୁଟିଂ ସେଟ୍‌ରେ। ସେଟ୍‌ରେ ବଦମାସି କରୁଥିବାରୁ ଇନ୍ଦ୍ର କୁମାର ଆମ ଉପରେ ଭୀଷଣ ରାଗୁଥିଲେ। ତେବେ ଟିମ୍‌ର କଠିନ ପରିଶ୍ରମଓ ଦର୍ଶକଙ୍କ ଭଲପାଇବା ଯୋଗୁ ଏହି ଫିଲ୍ମ ଭଲ ପ୍ରଦର୍ଶନ କରିଥିବା ସେ କହିଛନ୍ତି। ଏହି ଫିଲ୍ମ ପାଇଁ ତାଙ୍କୁ ପ୍ରଥମ ଫିଲ୍ମ ଫେୟାର ଆଓ୍ବାର୍ଡ ମିଳିଥିବା ସେ ଲେଖିଛନ୍ତି। ନିର୍ଦ୍ଦେଶକ ଇନ୍ଦ୍ର କୁମାରଙ୍କ ସହ କାମ କରିବାରେ ମାଧୁରୀ ୩ଟି ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି ଦର୍ଶକଙ୍କୁ। ମୁଭି ‘ଦିଲ’ ମାଧ୍ୟମରେ ଇନ୍ଦ୍ର କୁମାର ବଲିଉଡ୍‌ରେ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri