ପାରିବାରିକ କଳହର କରୁଣ ପରିଣତି: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ

ଦିଗପହଣ୍ଡି,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡ଼ା ପଞ୍ଚାୟତ ଓଡ଼ାସିଙ୍ଗି ଗ୍ରାମର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ଏକ ଘରମଧ୍ୟରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କେ. କୋରା ରେଡ୍ଡୀ। ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ପୋଲିସ ମୃତଦେହ ଉଦ୍ଧାର କରିଛି। ଏ ନେଇ କେସ୍‌ ନଂ.୮/୨୦ରେ ଏକ ମାମଲା ରୁଜୁ ହୋଇ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ପଠାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତକାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।
ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦୀର୍ଘଦିନ ଧରି କେ. କୋରା ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିରହିଥିଲା। କେ. କୋରା ଘରେ ଏକୁଟିଆ ରହୁଥିଲା ବେଳେ ସ୍ତ୍ରୀ ଗୁଜରାଟର ସୁରଟ ଅଞ୍ଚଳରେ ତାଙ୍କ ପୁଅ ପାଖରେ ରହୁଥିଲେ। ଗତ କିଛିଦିନ ହେଲା ସ୍ତ୍ରୀ ଓ ପୁଅମାନେ ସୁରଟରୁ ଫେରିଥିଲେ। ଗାଁ ରେ ଥିବା ୨ ଟି ଘର ବିକ୍ରିକରି ଦିଗପହଣ୍ଡି କିମ୍ବା ବ୍ରହ୍ମପୁରରେ ରହିବାକୁ ପରିବାର ଲୋକେ ଚାହୁଁଥିବା ବେଳେ କୋରା ଗାଁ ଛାଡ଼ିବାକୁ ରାଜି ହେଉ ନ ଥିଲେ। ଫଳରେ ବୁଧବାର ଭୋର ସମୟରେ ପାରିବାରିକ କଳହ ଉଗ୍ରରୂପ ନେଇଥିଲା। ଘରେ ଅନ୍ୟକେହି ନ ଥିବା ବେଳେ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ ହୋଇ ଚେତାଶୂନ୍ୟ ହୋଇଯାଇଥିଲେ। ସ୍ତ୍ରୀଙ୍କ ଚେତା ଫେରିବା ପରେ ଦିଗପହଣ୍ଡିରେ ହୁଥିବା ଝିଅ ତିଳୋତ୍ତମାଙ୍କୁ ଘରକୁ ଡ଼କାଇଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କାରେ ମାନସିକ ଭାରସାମ୍ୟ ହରାଇ କୋରା ରଶି ଲଗାଇ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ପରେ ସ୍ତ୍ରୀ ଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri