ଆଜିଠୁ ଭକ୍ତ ପାଇବେ ମହାପ୍ରସାଦ

ପୁରୀ ଅଫିସ,୨୫ା୬: ଜନ୍ମବେଦିରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ ହୋଇଥାଏ। ସେହିପରି ଆଡ଼ପ ଅବଢ଼ା ପାଇବାକୁ ସମସ୍ତେ ଚାହିଁ ରହିଥାନ୍ତି। ହେଲେ ଏଥର ମହାମାରୀ କରୋନା ସବୁଥିରେ ବ୍ୟତିକ୍ରମ ସୃଷ୍ଟି କରିଛି। ବିନା ଭକ୍ତରେ ବଡ଼ଦାଣ୍ଡରେ ଗଡ଼ିିଛି ତିନିରଥ। ରଥାରୂଢ ଠାକୁରଙ୍କୁ ଦର୍ଶନ କରିପାରି ନାହାନ୍ତି ଶ୍ରଦ୍ଧାଳୁ। ଶ୍ରୀଗୁଣ୍ଡିଚା ମନ୍ଦିରକୁ ବି କଟକଣା ରହିଛି। ଆଡ଼ପମଣ୍ଡପରେ ଏଥର ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ ସୁଯୋଗ ମିଳିବ ନାହିଁ। ତେବେ ଖୁସିର ଖବର, ଭକ୍ତଙ୍କୁ ମିଳିବ ଆଡ଼ପ ଅବଢା। ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଗୁରୁବାରଠାରୁ ମହାପ୍ରସାଦ ବାହାରିବ। ଭକ୍ତ କିପରି ପାଇପାରିବେ ତାହାର ବ୍ୟବସ୍ଥା କରାଯିବ। କୋଭିଡ୍‌ କଟକଣା ଥିବାରୁ ଗୋଟିଏ ନିର୍ଦ୍ଦିଷ୍ଟ ସ୍ଥାନ ନିରୂପଣ କରାଯିବ। ଏଥିପାଇଁ ଟୋକନ ବ୍ୟବସ୍ଥା ହେବ। ତେବେ ଗୁରୁବାର ଏ ସମ୍ପର୍କରେ ସ୍ପଷ୍ଟ ସୂଚନା ଦିଆଯିବ। ସେହିପରି ଗୁରୁବାର ଏଏସ୍‌ଆଇ ପକ୍ଷରୁ ଶ୍ରୀମନ୍ଦିରରେ ଯାଞ୍ଚ କରାଯିବ। ଗର୍ଭଗୃହ, ନାଟମଣ୍ଡପ ଓ ଜଗମୋହନ ସ୍ଥିତିର ଅନୁଧ୍ୟାନ ହେବ। ବିଶେଷକରି ଗର୍ଭଗୃହର ପ୍ରଥମ ମହଲା ଏବଂ ଦ୍ୱିତୀୟ ମହଲା ସାଙ୍ଗକୁ ବାୟୁ ସଞ୍ଚାଳନ ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରାଯିବ। କୌଣସି ପଥର ଯଦି ଖରାପ ହୋଇଥାଏ ତାହାକୁ ପରିବର୍ତ୍ତନର ବ୍ୟବସ୍ଥା ହେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri