Posted inଖେଳ

ବନ୍ଦ ହେବ ‘କ୍ରିକେଟ୍‌ ସମ୍ରାଟ୍‌’, ଲୋକେ ହେଲେ ଇମୋଶ୍‌ନାଲ୍‌

ଭାରତରେ କ୍ରିକେଟର ଲୋକପ୍ରିୟତା ସବୁଠୁ ଊର୍ଦ୍ଧ୍ୱରେ। ଏଠାରେ କ୍ରିକେଟରମାନଙ୍କୁ ଭଗବାନଙ୍କ ପରି ପୂଜା କରାଯାଏ। କ୍ରିକେଟ ଖବରର ଏହି ପାଗଳ ପ୍ରଶଂସକଙ୍କ ପାଇଁ ଏକ ଦୁଃଖ ଖବର ଅଛି। ୪୨ ବର୍ଷ ଧରି କ୍ରିକେଟ ବିଷୟରେ ପ୍ରତ୍ୟେକ ଖବର ଦେଉଥିବା ଲୋକପ୍ରିୟ ହିନ୍ଦୀ ପତ୍ରିକା ‘କ୍ରିକେଟ ସମ୍ରାଟ‘ ବନ୍ଦ ହେବାକୁ ଯାଉଛି।
କରୋନା ଯୋଗୁ ୨୦୨୦ ବର୍ଷ କ୍ରୀଡା ଜଗତ ସହ ସମଗ୍ର ବିଶ୍ୱ ପାଇଁ ଚିନ୍ତାର ବିଷୟ ହୋଇଛି। ଦୀର୍ଘ ୪ ମାସ ହେବ କୌଣସି କ୍ରିକେଟ୍‌ ସିରିଜ୍‌ ଆୟୋଜନ କରାଯାଉ ନାହିଁ। ହୁଏତ ଏହି କାରଣରୁ କ୍ରିକେଟ ସମ୍ରାଟର ପ୍ରକାଶକ ଏହାର ବନ୍ଦ ଘୋଷଣା କରିଛନ୍ତି। କ୍ରୀଡାପ୍ରେମୀମାନେ ଏହି ଖବର ଶୁଣି ବେଶ୍‌ ଦୁଃଖିତ ଅଛନ୍ତି। କେହି କେହି ଏହାକୁ ଏକ ଯୁଗର ଅବସାନ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, କ୍ରିକେଟ ସମ୍ରାଟ ପ୍ରଥମେ ନଭେମ୍ବର ୧୯୭୮ରେ ପ୍ରକାଶିତ ହୋଇଥିଲା। କିଛି ବର୍ଷ ମଧ୍ୟରେ ଏହା କ୍ରିକେଟର ସବୁଠାରୁ ବିଶ୍ୱସ୍ତ ଏବଂ ଲୋକପ୍ରିୟ ପତ୍ରିକା ହୋଇଯାଇଥିଲା। କ୍ରିକେଟ୍‌ପ୍ରେମୀମାନେ ଟିକିନିକି ଖବର ଜାଣିବା ପାଇଁ ଉତ୍ସାହର ସହିତ ଏହାକୁ ଅପେକ୍ଷା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର...

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି।...

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ...

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି...

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri