ଏଏସ୍‌‌ଆଇ ପକ୍ଷରୁ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ,୨୫।୬: ଏଏସ୍‌‌ଆଇ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିର ଯାଞ୍ଚ କରାଯାଉଛି। ଡାକ୍ତର ଏନ୍‌.ସି. ପାଲଙ୍କ ନେତୃତ୍ୱରେ ଏକ ଟିମ୍‌ ଏହି ଯାଞ୍ଚ କରୁଛନ୍ତି। ବିଶେଷକରି ଗର୍ଭଗୃହର ସ୍ଥିତି ଅନୁଧ୍ୟାନ କରାଯାଉଛି। ଗର୍ଭଗୃହର ପ୍ରଥମ ମହଲା ଓ ଦ୍ୱିତୀୟ ମହଲା ସହିତ ଏଠାରେ ବାୟୁ ଚଳାଚଳ ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରାଯାଉଥିବା ଜଣାପଡ଼ିଛି। ଏତଦ୍‌ ବ୍ୟତୀତ ଯଦି ଗର୍ଭଗୃହର କୌଣସି ପଥର ଖରାପ୍‌ କି ନଷ୍ଟ ହୋଇଯାଇଥିଲେ ତାକୁ ପରିବର୍ତ୍ତନ କରାଯିବ ବୋଲି ଏଏସ୍‌ଆଇ ପକ୍ଷରୁ ସୂଚନା ଦିଆଯାଇଛି। ଯାଞ୍ଚ ପରେ ଏକ ସମୀକ୍ଷା ବୈଠକ ବସି କ’ଣ କ’ଣ ମରାମତି କରାଯିବ ତାହାର ଏକ ରୂପରେଖ ପ୍ରସ୍ତୁତ କରାଯିବ। ସୂଚନା ଥାଉକି ପ୍ରତିବର୍ଷ ମହାପ୍ରଭୁ ଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବା ସମୟରେ ଏଏସ୍‌ଆଇ ପକ୍ଷରୁ ଏହି ଯାଞ୍ଚ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ।...

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri