ବାହାରିଲା ଆଡ଼ପ ଅବଢ଼ା

ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜନ୍ମବେଦୀରେ ବିଜେ କରିବା ପରେ ଆଡ଼ପ ଅବଢ଼ା ପାଇବା ଲାଗି ଭକ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍କଣ୍ଠା ରହିଥାଏ। ଏବେ ଏହି ଉତ୍କଣ୍ଠାର ପରିସମାପ୍ତି ଘଟିଛି। ବାହାରିଛି ଆଡ଼ପ ଅବଢ଼ା। ମଙ୍ଗଳବାର ରାତିରେ ଚତୁର୍ଦ୍ଧା ବିଗ୍ରହ ଜନ୍ମବେଦୀକୁ ବିଜେ କରିଥିଲେ। ରାତିରେ ସମସ୍ତ ପ୍ରକାର ନୀତିକାନ୍ତି ସରି ଭୋର୍‌ ୫.୫୭ରେ ଦ୍ୱାର ଫିଟିଥିଲା। ଏହା ପରେ ମଙ୍ଗଳ ଆଳତି ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ପରେ ସକାଳ ଧୂପରେ ବାହାରିଛି ଆଡ଼ପ ଅବଢ଼ା। ଯଦିଓ ଏହା ପର୍ଯ୍ୟାପ୍ତ ନୁହେଁ ତଥାପି ଭକ୍ତମାନଙ୍କ ମଧ୍ୟରେ ଆଡ଼ପ ଅବଢ଼ା ନେବା ଲାଗି ବେଶ୍‌ ଉତ୍କଣ୍ଠା ଦେଖିବାକୁ ମିଳିଛି। ଟୋକନ ବ୍ୟବସ୍ଥା ମାଧ୍ୟମରେ ଅବଢ଼ା ନେବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ତେବେ ଭୋଗ ମଣ୍ଡପ ବଢ଼ିବା ପରେ ପର୍ଯ୍ୟାପ୍ତ ପରିମାଣରେ ମହାପ୍ରସାଦ ମିଳିପାରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର...

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri