ଲକ୍‌ ଡାଉନ୍‌ ନିୟମକୁ ଉଲ୍ଲଘଂନ କରି ଚାଲିଥିଲା ପାଠପଢା: କୋଚିଂ ସେଣ୍ଟରକୁ ସିଲ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୫ା୬-କରୋନା ସଂକ୍ରମଣକୁ ପ୍ରତିହତ କରିବା ନେଇ ଘୋଷିତ ଲକ୍‌ ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରି ଶିକ୍ଷାଦାନ କରୁଥିବା ଏକ ଘରୋଇ କୋଚିଂ ସେଣ୍ଟରକୁ ଗୁରୁବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟରେ କୋଚିଂ ସେଣ୍ଟର ମଧ୍ୟରେ ସଟର ବନ୍ଦ କରି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରାଯାଉଥିଲା। ଖବରପାଇଁ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଗଠିତ ଏକ ସ୍କ୍ବାର୍ଡ ପହଞ୍ଚି କୋଚିଂ ସେଣ୍ଟରକୁ ସିଲ କରିଥିବା ଜଣାପଡିଛି ା
ସୂଚନା ଅନୁଯାୟୀ, ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆସନ୍ତା ଜୁନ ୩୦ ପର୍ଯ୍ୟନ୍ତ ସମଗ୍ର ଜିଲାକୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ ବେଖାତିର କରି ଗଜପତି ନଗର ଛକରେ ଥିବା ଏକ ଘରୋଇ କୋଚିଂ ସେଣ୍ଟର ବାହାରୁ ସଟର ବନ୍ଦ କରି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରି ଅସୁଥିଲା ା ଗୁରୁବାର ଏନେଇ ଖବର ମିଳିବା ପରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଗଠିତ ଏକ ସ୍କ୍ବାର୍ଡ ଦଳ କୋଚିଂ ସେଣ୍ଟର ଉପରେ ଚଢାଉ କରିଥିଲେ। ଚଢାଉବେଳେ ବନ୍ଦ କୋଚିଂ ସେଣ୍ଟର ମଧ୍ୟରେ ପ୍ରାୟ ୨୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ଦେଖିବାକୁ ମିଳିଥିଲା। ଏହାପରେ ଲକ୍‌ ଡାଉନ ନିୟମାବଳୀ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନିକ ଅଧିକାରୀମାନେ ଉକ୍ତ କୋଚିଂ ସେଣ୍ଟରକୁ ସମ୍ପୂର୍ଣ୍ଣ ସିଲ କରିଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri