ଭାରତ ଉପରେ ଚାଇନାର ବିପଦକୁ ଦେଖି ଏହି ଦେଶରୁ ନିଜର ସୈନ୍ୟଙ୍କୁ ହଟାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୬: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ଉଭୟ ଦେଶ ମଧ୍ୟରେ ଆଲୋଚନା ଜାରି ରହିବା ପରେ ବି ସମସ୍ୟାର କୌଣସି ସମାଧାନ ବାଟ ବାହାରି ପାରିନାହିଁ। ଇତିମଧ୍ୟରେ ଆମେରିକା ଭାରତକୁ ସମର୍ଥନ କରିବାକୁ ଯାଇ ୟୁରୋପିଆନ ଦେଶ ଜର୍ମାନରୁ ନିଜର ସୈନ୍ୟଙ୍କୁ ହଟାଇ ଦେଇଥିବା ଜଣାପଡ଼ିଛି। ଆମେରିକା ବୈଦେଶିକ ସଚିବ ମାଇକ ପୋମ୍ପିଓ ଗୁରୁବାର ଏନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜର୍ମାନ ମାର୍ସାଲ ଫଣ୍ଡର ବ୍ରସେଲ୍ସ୍ସ ଫୋରମ ୨୦୨୦ର ଭର୍ଚୁଆଲ୍‌ ମିଟିଂ ଅବସରରେ ମାଇକ୍‌ କହିଛନ୍ତି, ଚାଇନାଠାରୁ ଭାରତ, ଇଣ୍ଡୋନେସିଆ, ମାଲେସିଆ, ଫିଲିପାଇନ୍ସ ଭଳି ଏସିଆ ଦେଶ ପ୍ରତି ବିପଦ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଆମେରିକା ତା’ର ସୈନ୍ୟଙ୍କୁ ଏଭଳି ସ୍ଥାନରେ ମୁତୟନ କରିବାକୁ ଚାହୁଁଛି, ଯାହାଦ୍ୱାରା ଚାଇନା ସୈନ୍ୟ ପିପୁଲ୍ସ ଲିବସେରସନ ଆର୍ମି(ପିଏଲ୍‌ଏ)କୁ କଡା ଜବାବ ଦିଆଯାଇପାରିବ। ପିଏଲ୍‌ଏ ମୁକାବିଲା ନିମନ୍ତେ ଆମେରିକାର ସାମରିକ ବାହିନୀ ଠିକଣା ସ୍ଥାନରେ ମୁତୟନ ହୋଇଛନ୍ତି କି ନାହିଁ, ସେନେଇ ସୁନିଶ୍ଚିତ ସମୀକ୍ଷା କରାଯାଉଥିବା ନେଇ ମାଇକ୍‌ ପୋମ୍ପିଓ କହିଛନ୍ତି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶକ୍ରମେ ସୈନ୍ୟ ଅବସ୍ଥିତିର ସମୀକ୍ଷା କରାଯାଉଛି। ତେଣୁ ଯୁକ୍ତରାଷ୍ଟ୍ର ଆମେରିକା ଜର୍ମାନରୁ ସୈନ୍ୟସଂଖ୍ୟା ୫୨୦୦ରୁ ୨୫୦୦୦କୁ ହ୍ରାସ କରିଛି। ତେବେ ସ୍ଥାନର ସ୍ଥିତିକୁ ଦେଖି ବିଭିନ୍ନ ଦେଶରେ ସୈନ୍ୟବଳ ମୁତୟନ କରାଯିବ ବୋଲି ମାଇକ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri