ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଗ୍ରାମ୍ୟ ରାସ୍ତା, ପୋଲ, ବିଦ୍ୟୁତୀକରଣ, ପାନୀୟଜଳ, ଆଡ଼ିବନ୍ଧ, ବ୍ୟାରେଜ ନିର୍ମାଣ, ଗ୍ରାମାଞ୍ଚଳ ଜୀବନଜୀବିକା ଉନ୍ନତୀକରଣ ଆଦି ୪,୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କର ଏକ ଉଚ୍ଚକ୍ଷମତା ସମ୍ପନ୍ନ କମିଟି (ଏଚ୍ପିସି)ରେ ଅନୁମୋଦନ କରାଯାଇଛି। ନାବାର୍ଡ ପକ୍ଷରୁ ଦିଆଯାଉଥିବା ଋଣରେ ଏହି ପ୍ରକଳ୍ପଗୁଡିକ କାର୍ଯ୍ୟକ୍ଷମ ହେବ। ପ୍ରକଳ୍ପ ପାଇଁ ସମସ୍ତ ଅର୍ଥ ନାବାର୍ଡ ରାଜ୍ୟ ସରକାରଙ୍କୁ ଋଣ ଆକାରରେ ଯୋଗାଇବ। ଶୁକ୍ରବାର ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଚ୍ପିିସି ବୈଠକରେ ଆରଆଇଡିଏଫ ପ୍ରଦତ୍ତ ଅର୍ଥରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ଏହି ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅର୍ଥ ବିଭାଗ ସଚିବ, କୃଷି ବିଭାଗ ସଚିବ, ଜଳ ସମ୍ପଦ ବିଭାଗ ସଚିବ, ପଞ୍ଚାୟତିରାଜ ବିଭାଗ ସଚିବ, ପୂର୍ତ୍ତ ସଚିବ, ନାବାର୍ଡ ଆଞ୍ଚଳିକ କାର୍ଯ୍ୟାଳୟର ଚିଫ୍ ଜେନେରାଲ ମ୍ୟାନେଜର ଯୋଗ ଦେଇଥିଲେ।
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
Archives


