ସୁଶାନ୍ତଙ୍କ ଆତ୍ମହତ୍ୟା ନେଇ ଅଡୁଆରେ ୟଶରାଜ ଫିଲ୍ମସ୍‌

ବମ୍ବେ: ଦୀର୍ଘ ୬ ମାସ ଧରି ଡିପ୍ରେସନରେ ଥିଲେ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ। ଶେଷରେ ଆତ୍ମହତ୍ୟା କରିବାକୁ ସେ ବାଛିନେଇଥିଲେ। ପୋଷ୍ଟମର୍ଟମ ରିପୋର୍ଟରେ ମୃତ୍ୟୁର କାରଣ ଶ୍ୱାସରୁଦ୍ଧ ହେବା ସ୍ପଷ୍ଟ କରାଯାଇସାରିଛି। ତଥାପି ପୋଲିସ ପକ୍ଷରୁ ଘଟଣାର ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରାଯାଉଛି। କେଉଁ କାରଣରୁ ସୁଶାନ୍ତ ଡିପ୍ରେସନରେ ଥିଲେ, ଆତ୍ମହତ୍ୟା କଲେ ତାହା ପୋଲିସ ଛାନଭିନ୍‌ କରୁଛି। ଏସବୁ ମଧ୍ୟରେ କାଠଗଡ଼ାରେ ପଶିଛି ୟଶରାଜ ଫିଲ୍ମସ୍‌। କମ୍ପାନୀର କାଷ୍ଟିଂ ନିର୍ଦ୍ଦେଶକ ଶାନୁ ଶର୍ମାଙ୍କୁ ପଚରାଉଚରା ପାଇଁ ପୋଲିସ ଡକାଇଛି।

ପୂର୍ବରୁ ସୁଶାନ୍ତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀଙ୍କୁ ପୋଲିସ ପଚରାଉଚରା କରିଥିଲା। ସୁଶାନ୍ତ ୟଶରାଜ ଫିଲ୍ମସହ ଚୁକ୍ତି ବାତିଲ କରିଦେବା ସହ ରିୟାଙ୍କୁ ସେଭଳି କରିବାକୁ କହିଥିବା ପୋଲିସକୁ ସେ ଜଣାଇଥିଲେ। ଏହାପରେ ପୋଲିସ ୟଶରାଜର ପୂର୍ବ ପ୍ରଡକ୍ସନ୍‌ ହେଡ ତଥା ବର୍ତ୍ତମାନର ନେଟ୍‌ଫ୍ଲିକ୍ସର ନିର୍ଦ୍ଦେଶକ ଆଶିଷ ସିଂ ପୋଲିସ ନିକଟରେ ବୟାନ ରେକର୍ଡ କରିଥିଲେ। ତାଙ୍କୁ ୫ ଘଣ୍ଟା କାଳ ପୋଲିସ ପଚରାଉଚରା କରିଥିଲା। ତେବେ ଏହି ସମୟରେ ୟଶରାଜ ଏବଂ ସୁଶାନ୍ତଙ୍କ ମଧ୍ୟରେ କୌଣସି ସମସ୍ୟା ନ ଥିବା ସେ କହିଥିଲେ।

ଯାହା ସୂଚନା ରହିଛି, ଏହି ଘଟଣାରେ ପୋଲିସ ୨୫ରୁ ଅଧିକ ଲୋକଙ୍କୁ ପଚରାଉଚରା କରି ସାରିଲାଣି। ପରିବାରଲୋକଙ୍କୁ ଛାଡ଼ି ରିୟା, ବ୍ୟବସାୟ ମ୍ୟାନେଜର, ପିଆର୍‌ ମ୍ୟାନେଜର, କୁଶାଲ ଜାଭେରି ଆଦିଙ୍କ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri