ବଲିଉଡ୍‌ରେ ୨୮ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଲେ ଡନ୍‌

ମୁମ୍ବାଇ: ବଲିଉଡ୍‌ର ବାଦ୍‌ଶାହା, କିଙ୍ଗ ଖାନ୍‌ ଅଫ୍‌ ବଲିଉଡ୍‌ ତଥା ଡନ୍‌ କଳାକାର ଶାହାରୁଖ ଖାଁଙ୍କର ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ୨୮ ବର୍ଷ ପୂରଣ ହୋଇଛି। ଏହାକୁ ନେଇ ସେ ତାଙ୍କ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେମାନଙ୍କ ଭଲପାଇବା ହିଁ ତାଙ୍କୁ ବଲିଉଡ୍‌ରେ ଏକ ଭିନ୍ନ କଳାକାରର ପରିଚୟ ଦେଇଛି ବୋଲି ଶାହାରୁଖ ଟୁଇଟ୍‌ କରି କହିଛନ୍ତି। ସେ ଲେଖିଛନ୍ତି କେତେବେଳେ ମୋର ପାସନ ମୋର ପର୍ପସ ଓ ପ୍ରଫେସନରେ ପରିଣତ ହେଲା ତାହା ମୁଁ ଜାଣିନି। ହେଲେ ଆପଣମାନଙ୍କ ଭଲପାଇବା ଯୋଗୁ ମୁଁ ଆଜି ବଲିଉଡ୍‌ ଦୁନିଆରେ ୨୮ ବର୍ଷ ପୂରଣ କରିଛି ବୋଲି ସେ ଲେଖିଛନ୍ତି। ୫୪ ବର୍ଷୀୟ ଏହି କଳାକାର ପ୍ରଥମେ ୧୯୯୪ରେ ମୁଭି ‘ଦିଓ୍ବାନା’ ମାଧ୍ୟମରେ ବଲିଉଡ୍‌ରେ ପାଦ ରଖିଥିବା ବେଳେ ପରେ ସେ ତିଆରି କରିଥିଲେ ନିଜର ଏକ ସ୍ବତନ୍ତ୍ର ପରିଚୟ। ବାଜିଗର, ଡର, ଅନଜାନ ଆଦିରେ ତାଙ୍କୁ ଖଳନାୟକ ଭୂମିକାରେ ଦେଖିବାକୁ ମିଳିଥିବା ବେଳେ ଦିଲଓ୍ବାଲେ ଦୁଲହନିୟା ଲେ ଜାଏଙ୍ଗେରେ ଜଣେ ରୋମାଣ୍ଟିକ ନାୟକ ଭାବେ ଦର୍ଶକେ ତାଙ୍କ ଅଭିନୟକୁ ବେଶ୍‌ ପସନ୍ଦ କରିଥିଲେ। ସେହିପରି ଦେବଦାସ, ସ୍ବେଦେଶ, ଚକ ଦେ ଇଣ୍ଡିଆ, ଚାଇନା ଏକ୍ସପ୍ରେସ ଓ ଡନ୍‌ରେ ତାଙ୍କ ଅଭିନୟକୁ ମଧ୍ୟ ମିଳିଥିଲା ଦର୍ଶକୀୟ ସ୍ବୀକୃତି। ୧୪ ଥର ଫିଲ୍ମ ଫେୟାର ଆଓ୍ବାର୍ଡ ଜିତିଥିବା ଶାହାରୁଖ ମଧ୍ୟ ବେସାମରିକ ସମ୍ମାନ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri