Posted inଖେଳ

୨୦୦୭ ଟି୨୦ ବିଶ୍ୱକପ୍‌ ନ ଖେଳିବା ପାଇଁ ସଚିନ, ଗାଙ୍ଗୁଲିଙ୍କୁ ମନା କରିଥିଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨୯।୬- ୨୦୦୭ରେ ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣରେ ଭାରତ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଥିଲା। ମହେନ୍ଦ୍ର ସିଂ ଧୋନୀ ପ୍ରଥମଥର ଲାଗି ଜାତୀୟ ଦଳର ନେତୃତ୍ୱ ନେବାର ସୁଯୋଗ ପାଇଥିଲେ। ଧୋନୀଙ୍କ ନେତୃତ୍ୱରେ ଯୁବ ଭାରତୀୟ ଦଳ ଦମ୍‌ଦାର ପ୍ରଦର୍ଶନ କରି ଫାଇନାଲରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ମାତ୍‌ ଦେଇ ଟ୍ରଫି ହାସଲ କରିଥିଲା। ତେବେ ଭାରତୀୟ କ୍ରିକେଟ୍‌ର ‘ବିଗ୍‌ ଥ୍ରୀ’ ଭାବେ ପରିଚିତ ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ରାହୁଲ ଡ୍ରାଭିଡ୍‌ ଏହି ଟୁର୍ନାମେଣ୍ଟରେ ଦଳରେ ସ୍ଥାନ ପାଇ ନ ଥିଲେ। କିନ୍ତୁ ଏହି ୩ ଜଣ ଖେଳାଳି ସ୍ଥାନ ନ ପାଇବାର ଏକ ରୋଚକ ତଥ୍ୟ ପୂର୍ବତନ ଭାରତୀୟ କୋଚ୍‌ ଲାଲଚାନ୍ଦ ରାଜପୁତ ସାମ୍ନାକୁ ଆଣିଛନ୍ତି। ରାଜପୁତ ଏକ ସାକ୍ଷାତ୍‌କାର ଅବସରରେ କହିଛନ୍ତି, ଯୁବ ଖେଳାଳିଙ୍କୁ ସୁଯୋଗ ଦେବା ଲାଗି ସଚିନ ଓ ଗାଙ୍ଗୁଲିଙ୍କୁ ବିଶ୍ୱକପ୍‌ରେ ନ ଖେଳିବା ପାଇଁ ଡ୍ରାଭିଡ୍‌ ଉଭୟଙ୍କୁ ବୁଝାଇଥିଲେ। ‘ହଁ ଏହା ସତ କଥା। ସଚିନ ଓ ସୌରଭଙ୍କୁ ୨୦୦୭ ଟି୨୦ ବିଶ୍ୱକପ୍‌ ନ ଖେଳିବା ପାଇଁ ଡ୍ରାଭିଡ୍‌ କହିଥିଲେ। ଡ୍ରାଭିଡ୍‌ ସେତେବେଳେ ଇଂଲଣ୍ଡ ଗସ୍ତରେ ଭାରତୀୟ ଦଳର ଅଧିନାୟକ ରହିଥିଲେ। ସେଠାରୁ କେତେଜଣ ଖେଳାଳି ବିଶ୍ୱକପ୍‌ ଖେଳିବା ଲାଗି ସିଧାସଳଖ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗ ଆସିଥିଲେ। ଡ୍ରାଭିଡ୍‌ ସେତେବେଳେ କହିଥିଲେ ଯୁବ ଖେଳାଳିଙ୍କୁ ଗୋଟିଏ ସୁଯୋଗ ଦିଆଯାଉ। ଫଳରେ ରୋହିତ୍‌ ଶର୍ମା, ରବିନ୍‌ ଉଥପ୍ପା, ୟୁସୁଫ ପଠାନ, ଯୋଗିନ୍ଦର ଶର୍ମାଙ୍କ ପରି ଯୁବ ଖେଳାଳି ବିଶ୍ୱକପ୍‌ ଖେଳିବାର ସୁଯୋଗ ପାଇଥିଲେ’ ବୋଲି ୨୦୦୭ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ମ୍ୟାନେଜର ଦ୍ୱାୟିତ୍ୱ ତୁଲାଇଥିବା ରାଜପୁତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri