ଅନୁଗୋଳ ଜିଲାରେ ପ୍ରଥମ ମୁଣ୍ଡ ନେଲା କରୋନା: ନାଲକୋ ଡିଜିଏମ୍‌ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୩୦।୬: ଅନୁଗୋଳ ଜିଲା ନାଲ୍‌କୋ ଡିଜିଏମ୍‌ଙ୍କର କାରାନାରେ ମୃତ୍ୟୁ ଘଟିଥିବା ମଙ୍ଗଳବାର ଜଣାପଡ଼ିଛି। ସେ କରୋନା ସଙ୍କ୍ରମିତ ହୋଇ ତାଳଚେର କୋଭିଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କଣସି ସୂତ୍ରରୁ ସୂଚନା ମିଳିଛି। ଏନେଇ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ନ ଥିଲେ ମଧ୍ୟ ଜିଲା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇ ଉଠିଛି। ତେବେ ଅନୁଗୋଳରେ ପ୍ରଥମ କରୋନା ରୋଗୀ ଭାବେ ନାଲ୍‌କୋ ଡିଜିଏମ୍‌ଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଡିଜିଏମ୍‌ ନାଲ୍‌କୋ କାର୍ଯ୍ୟାଳୟରେ ଥିବା କ୍ୟାଣ୍ଟିନରେ ଖାଇବା ସହ ବିଭିନ୍ନ ଲୋକଙ୍କ ସହ ମିଳାମିଶା କରିଥିଲେ। ଏବେ ତାଙ୍କ ମୃତ୍ୟୁ ପରେ ଅଞ୍ଚଳରେ କୋକୁଆ ଭୟ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ମୃତ ଡିଜିଏମଙ୍କ ସ୍ତ୍ରୀ ସମ୍ବଲପୁରସ୍ଥିତ ବୁର୍ଲା ମେଡିକାଲ କଲେଜ(ଭିସୁଟ)ରେ ଆସୋସିଏଟ ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି। ତେବେ ଗତ ୨୧ ତାରିଖରେ ସେ ଶ୍ୱଶୂର ଘରୁ ସ୍ତ୍ରୀଙ୍କୁ ଆଣି ଭିସୁଟରେ ଛାଡ଼ିଥିଲେ। ପରେ ଅନୁଗୋଳ ନାଲ୍‌କୋରେ ଆସିଥିଲେ। ପରେ ପୁଣି ସମ୍ବଲପୁର ଯାଇଥିବାବେଳେ ସେଠାରେ ଅସୁସ୍ଥ ହୋଇପଡ଼ିଥିଲେ।  ତାଙ୍କ ସ୍ବାବ ପରୀକ୍ଷା ପାଇଁ ଯାଇଥିଲା। ପଜିଟିଭ ଜଣାପଡ଼ିବା ପରେ ଚିକିତ୍ସା ପାଇଁ ସମ୍ବଲପୁରରୁ ଅନୁଗୋଳସ୍ଥିତ କୋଭିଡ ମେଡିକାଲକୁ ଅଣାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri