Posted inଜାତୀୟ

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: କିସ୍ତିରେ ପଇଠ କରିହେବ ବିଲ୍‌

ମୁମ୍ବାଇ,୩୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ସେଠାରେ ଅନେକ ଲୋକ ରୋଜଗାର ହରାଇ ବସିଛନ୍ତି। ଏମିତିକି କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟରେ ଜୁଲାଇ ଶେଷ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଏହା ସାଧାରଣ ଲୋକଙ୍କ ଜୀବନ ଜୀବିକା ଉପରେ ବେଶ୍‌ ପ୍ରଭାବ ପକାଇଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ଏବେ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଏଣିକି କିଛିଦିନ ପାଇଁ ମହାରାଷ୍ଟ୍ରର ବିଦ୍ୟୁତ ଉପଭୋକ୍ତା କିସ୍ତିରେ ବିଜୁଳି ବିଲ୍‌ ପଇଠ କରିପାରିବେ ବୋଲି କୁହାଯାଇଛି। ମହାରାଷ୍ଟ୍ର ଇଲେକ୍ଟ୍ରିସିଟି ରେଗୁଲଟାରୀ କମିଶନ(ଏମ୍‌ଇଆର୍‌ସି) ପାଓ୍ବାର ଡିଷ୍ଟ୍ରିବ୍ୟୁଶନ କମ୍ପାନୀଙ୍କୁ ବିଦ୍ୟୁତ ବିଲ୍‌ ପଇଠ କରିବାକୁ ଗ୍ରାହକଙ୍କୁ ୩ଟି କିସ୍ତି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ଆସିଥିବା ବିଲ୍‌କୁ ୩ କିସ୍ତିରେ ଦେଇହେବ। ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ ସବୁକିଛି ବନ୍ଦ ହୋଇଯାଇଥିଲା। ପରେ ଲକ୍‌ଡାଉନ ନିୟମରେ କୋହଳ କରାଯିବା ପରେ ବିଦ୍ୟୁତ୍‌ ଗ୍ରାହକମାନେ ଏକ କାଳୀନ ୩ ମାସର ବିଲ୍‌ ପାଇବା ପରେ ଚମକି ପଡିଥିଲେ। ତେଣୁ ଏକାଥରେ ଏତେ ପରିମାଣର ବିଲ୍‌ ପଇଠ କରିବାକୁ ଅଧିକାଂଶ ଲୋକ ସକ୍ଷମ ନ ଥିବାରୁ ଏବେ ବିଦ୍ୟୁତ୍‌ ଗ୍ରାହକମାନଙ୍କୁ କିସ୍ତିରେ ବିଲ୍‌ ପଇଠ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri