Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨ ତାରିଖ – Daily Horoscope

ମେଷ
ଆଜି ଦୂରଯାତ୍ରା ସାଙ୍ଗକୁ ବୃଥା ଖର୍ଚ୍ଚାନ୍ତ ମନଦୁଃଖର କାରଣ ହୋଇପାରେ। ଋଣ ପରିଶୋଧ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାରେ କୌଣସି ଅସୁବିଧା ହେବ ନାହିଁ। କୌଣସି ସାମାଜିକ କାମରେ ସହଯୋଗ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସିଯାଇପାରେ।
ବୃଷ
ବୃଷ
ବନ୍ଧୁଙ୍କ ପରାମର୍ଶରେ ହଠାତ୍‌ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡ଼ିବ। ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ,ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
କୌଣସି ପ୍ରକାର ଚିନ୍ତା ନ କରି କାମ କରିଚାଲିଲେ ନିଶ୍ଚିତ ଭାବରେ ସଫଳତା ପାଇବେ। ପାରିବାରିକ ସମସ୍ୟାକୁ ବନ୍ଧୁଙ୍କ ନିକଟରେ ପ୍ରକାଶ କରିପାରିବେ ନାହିଁ। ଜମିଜମା କିମ୍ବା ଗୃହ ସମ୍ପର୍କୀୟ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ପରିବହନ କାର୍ଯ୍ୟ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଦୁଶ୍ଚିନ୍ତା ସାୟାହ୍ନେ ଦୂର ହେବ। ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ବାତାବରଣ ମଧ୍ୟରେ ସହଜ ମନେ ହୋଇପାରେ। ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାର ସାମର୍ଥ୍ୟ ହାସଲ କରିବାରେ ସମର୍ଥ ହେବେ।
ସି˚ହ
ସି˚ହ
ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାର ଫନ୍ଦିଫିକର କରିବାକୁ ପଡ଼ିପାରେ। ପରିବାରର ଦାବି ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
କନ୍ୟା
ବିଭିନ୍ନ ପ୍ରକାର ଘରୋଇ ସମସ୍ୟାକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ବିଭିନ୍ନ ପ୍ରକାର ଅସୁବିଧା ଭିତରେ ଚଳିବା ହେତୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ପ୍ରତିବନ୍ଧକ କାରଣରୁ ଆଜି ଦିନଟିରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ।
ବିଛା
ବିଛା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା ଭଲ ଲାଗିବ ନାହିଁ। କେତେକ କ୍ଷେତ୍ରରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଆଲୋଚନା କ୍ଷେତ୍ରରେ ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା କୌଣସି ସମସ୍ୟା ସୃଷ୍ଟି ହୋଇପାରେ।
ଧନୁ
ଧନୁ
ଈର୍ଷାପରାୟଣ ବନ୍ଧୁଙ୍କ କୃତ ଅପମାନଜନକ ବ୍ୟବହାର ମନରେ ଆଘାତ ସୃଷ୍ଟି କରିବ। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ସମସ୍ୟା ସମାଧାନ ହୋଇଯିବ।
ମକର
ମକର

ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡ଼ୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍‌ସନ ଲାଗି ରହିବ।

କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ବ୍ୟତିକ୍ରମ ମଧ୍ୟରେ କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜ ଲୋକମାନେ ଯେତେପ୍ରକାର ସମସ୍ୟା ସୃଷ୍ଟି କଲେ ମଧ୍ୟ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ

ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ। ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବାର ଆଶଙ୍କା ପୂରା ମାତ୍ରାରେ ରହିଛି। ପ୍ରତ୍ୟେକେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri