ଖୋର୍ଦ୍ଧା ପୌର କାର୍ଯ୍ୟାଳୟ ବନ୍ଦ: କର୍ମଚାରୀଙ୍କୁ ଅଫିସ ମନା

ଖୋର୍ଦ୍ଧା ଅଫିସ,୨।୭: ଖୋର୍ଦ୍ଧା ପୌର ପରିଷଦ କାର୍ଯ୍ୟଳୟର ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟକୁ ବନ୍ଦ କରାଯିବା ସହ ସାନିଟାଇଜ୍‌଼ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ବାରଣ କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ମୁଃନିସିପାଲିଟି ଅଫିସ, କର୍ମଚାରୀଙ୍କ ବାସସ୍ଥାନ ତେଲେଙ୍ଗାସାହି, ତଳସାହି ପ୍ରଭୃତି ସାନିଟାଇଜ୍‌ କରାଯାଇଛି।

କର୍ମଚାରୀଙ୍କ ପରିବାରର ସଦସ୍ୟମାନେ କଣ୍ଟାକ୍ଟ ସର୍ଭେଲାନ୍ସରେ ରହିବେ। ଏଥିସହ ପୌର କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କୁ ହୋମ୍‌ କ୍ବାରେଣ୍ଟାଇନ ରହିବେ। ସମସ୍ତଙ୍କ ସ୍ବାବ ପରୀକ୍ଷା କରାଯିବ। ପୌରାଞ୍ଚଳ ୱାର୍ଡର ୧୫ ଆକ୍ରାନ୍ତଙ୍କ ଅଞ୍ଚଳକୁ ଗୁରୁବାରଠାରୁ ୫ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ଜିଲାପାଳ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି। ଏହି ଜୋନରେ ଆସୁଥିବା ସମସ୍ତ ପରିବାର ଘରେ ରହିବେ। କେହି ବାହାରକୁ ଆସିବେ ନାହିଁ। ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ବ୍ୟବସ୍ଥା କରାଯିବ। ଜନସ୍ବାର୍ଥ ଏବଂ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲାପାଳ ଶିତାଂଶୁ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ଶୁକ୍ରବାର ୫ମ ମାସିକ ବୈଠକ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri