ଗଞ୍ଜାମରେ ଲକଡାଉନ୍‌ କଟକଣା ଉଲ୍ଲଂଘନ: ଦିନକରେ ୧ .୧୨ ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାଙ୍ଗକୁ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଏବେ ଜିଲାରେ ବିସ୍ପୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ କଟକଣାକୁ ଜୋର୍‌ଦାର କରିଛନ୍ତି । ହେଲେ ବ୍ରହ୍ମପୁର ମହାନଗରରେ ଜାରି ହୋଇଥିବା ୪ ଦିନିଆ ଶଟ୍‌ଡାଉନ ଅବଧି ସରିବା ପରେ ସହରରେ ଘୁରିବୁଲୁଥିବା ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି। ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ବୁଧବାର ସକାଳ ୬ରୁ ଗୁରୁବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ସହରର ବିଭିନ୍ନ ଛକରେ ଚେକିଂ କରି ମାସ୍କ ପିନ୍ଧି ନଥିବା ୫୬୧ ଲୋକଙ୍କଠାରୁ ୧ ଲକ୍ଷ ୧୨ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରିଛି। ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୭୧ ଜଣ ଅମାନିଆ ଗାଡି ଚାଳକଙ୍କୁ ୮୫ ହଜାର ୭୦୦ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନକରି ବେଆଇନ ଭାବେ ମଦ ବିକ୍ରି ଅଭିଯୋଗରେ ୨ଟି ମାମଲା ରୁଜୁ କରାଯାଇଛି । ୯ ଜଣ ଅଭିଯୁକ୍ତଙ୍କୁ ନୋଟିସ ଦିଆଯାଇଥିବା ବେଳେ ୨୭ ଲିଟର ମଦ ଜବତ ହୋଇଛି । ଏ ନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ୍‌ ଜରିଆରେ ଗୁରୁବାର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri