Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୩ ତାରିଖ – Daily Horoscope

ମେଷ
ଆଜିର ଅଷ୍ଟମସ୍ଥ ବଳହୀନ ଚନ୍ଦ୍ର ମାନସିକ ଅସ୍ଥିରତାକୁ ବୃଦ୍ଧି କରିବ। କିନ୍ତୁ ଧନସ୍ଥାନରୁ ଶୁକ୍ର ଦୃଷ୍ଟସ୍ଥ ହେତୁ କୌଣସି ବିବାଦୀୟ ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଅବଶ୍ୟ ରହିବ,କିନ୍ତୁ କିଛି ଅସୁବିଧା ହେବନାହିଁ, କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସ୍ବଗୃହସ୍ଥ ରାଶ୍ୟାଧିପତିଙ୍କ ଶୁଭ ପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହେବାରେ ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କାମରେ କିମ୍ବା ରାଜନୈତିକ କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ମିଥୁନ
ମିଥୁନ
ଧନାଧିପ ଷଷ୍ଠସ୍ଥ ହେତୁ ରୋଗପୀଡା,ଋଣଗ୍ରସ୍ତ ଓ ଶତ୍ରୁତା ହେତୁକ ଚିନ୍ତିତ ରହିପାରନ୍ତି। ଆଜି ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ ଓ କାମ ମଧ୍ୟ ଅଟକିବ ନାହିଁ। ପାରିବାରିକ ସ୍ତରରେ ପୁରୁଣା କଥାକୁ ଦୋହରାଇଲେ ସମସ୍ୟା ଆସିପାରେ। ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବ କିନ୍ତୁ ସମସ୍ୟା ବହୁଳ ରହିବ।
କର୍କଟ
କର୍କଟ
କ୍ରମବର୍ଦ୍ଧିଷ୍ଣୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅଶାନ୍ତିର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ପାଇବେ, ମାତ୍ର ଆଶାନୁରୂପ ହେବାର କ୍ଷୀଣଆଶା ରହିଛି। ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ଏଥିପାଇଁ ବହୁତ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଆଜି ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ମାତ୍ରାଧିକ ଭ୍ରମଣ ଯୋଗୁଁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶ ଗ୍ରହଣ କରିପାରନ୍ତି। ପ୍ରଶାସନିକ ସ୍ତରରେ କିମ୍ବା ସାଂଗଠନିକ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବିତ ସମୟରେ କାମ ଗୁଡିକ ସମ୍ପନ୍ନ ହେବାରୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇପାରେ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଠିକ୍‌ ହେବନି। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, କୌଣସି କାରଣ ନ ଥାଇ ଅନ୍ୟମାନେ ଆପଣଙ୍କୁ ଦୋଷ ଦେଇପାରନ୍ତି।
ତୁଳା
ତୁଳା
ସକାଳୁ ସକାଳୁ ସରକାରୀ ସ୍ତରରୁ କୌଣସି ଶୁଭ ଖବର ପାଇ ମନ ଏକଦମ୍‌ ଖୁସୀ ହୋଇଯିବ। କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ବିଛା
ବିଛା
ଅସାବଧାନତା କାରଣରୁ କିମ୍ବା ଅନ୍ୟମନସ୍କ ହେତୁ ଦରକାରି କାଗଜପତ୍ର କିମ୍ବା ଟଙ୍କା ପଇସା ହଜି ଯାଇପାରେ। ସ୍ଥଗିତ କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣାଜନିତ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ସୁନ୍ଦର ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ। ଆତ୍ମୀୟମାନଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି। ଆଇନଜ୍ଞଙ୍କ ପରାମର୍ଶ ପାଇଁ ବାରମ୍ବାର ଦୌଡିବାକୁ ପଡିପାରେ। ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦେବାର ନିମନ୍ତ୍ରଣ ପାଇପାରନ୍ତି।
ମକର
ମକର

ସାମାନ୍ୟ ଅସୁସ୍ଥତାଜନିତ କାରଣରୁ ମନଟା ଭଲ ଲାଗିବ ନାହିଁ, ଯାହାକି ଆରମ୍ଭ କରିଥିବା କାମଟିକୁ ନିରୁତ୍ସାହିତ କରିବ। କଳାସାହିତ୍ୟ, ସାମ୍ବାଦିକତାରେ ପରିବାର ଭିତରେ, ପରିବହନରେ ସମସ୍ୟା ସମାଧାନର ଆଶା ରହିଛି। କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।

କୁମ୍ଭ
କୁମ୍ଭ
କାମଗୁଡିକ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାଜନକ ହୋଇପାରୁଛି ଆପଣଙ୍କ ପାଇଁ ତାହା କଷ୍ଟକର ହୋଇପାରେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ନିକଟ ସମ୍ପର୍କୀୟମାନଙ୍କ ସହାୟତା ନେବାକୁ ପଡିବ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ମୀନମୀନ

କର୍ମକ୍ଷେତ୍ରରେ ଅସୁବିଧା ଦେଖାଦେଲେ ମଧ୍ୟ ସବୁ ଠିକ୍‌ ହୋଇଯିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିପାରେ। ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରି କଟୁ କଥା କହିବାକୁ ପଛାଇବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri