ସହରବାସୀଙ୍କୁ ଆପ୍‌ରେ ମିଳିବ ସୂଚନା

ଅନୁଗୋଳ ଅଫିସ୍‌, ୩।୭
ରାଜ୍ୟ ଗ୍ରାମୀଣ ବିକାଶ ଅନୁଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଗୁରୁବାର ପୂର୍ବାହ୍ନରେ ଭିଡିଓ କନଫରେନ୍ସ ଜରିଆରେ କରୋନା ମୁକାବିଲା ପାଇଁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୱାସୱାନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇ ପ୍ରଶିକ୍ଷଣ ନେଇଛନ୍ତି। ପଞ୍ଚାୟତସ୍ତରରେ କୋଭିଡ୍‌ କେୟାର ହୋମ୍‌ ଓ ଗ୍ରାମ୍ୟସ୍ତରରେ କୋଭିଡ୍‌ ପରିଚାଳନା କମିଟି ଗଠନ କରାଯାଇ ସଦସ୍ୟମାନଙ୍କୁ ତାଲିମ ପ୍ରଦାନ ଉପରେ ଆଲୋଚନା ହୋଇଥିଲା। ସହରାଞ୍ଚଳରେ ସଚେତକ ଆପ୍‌ ମାଧ୍ୟମରେ ଲୋକମାନଙ୍କୁ ସମସ୍ତ ପ୍ରକାର ସୁବିଧା ଓ କରୋନା ଚିକିତ୍ସା ସମ୍ପର୍କରେ ତଥ୍ୟ ଯୋଗାଇ ଦିଆଯିବ ବୋଲି ଏଥିରେ ନିଷ୍ପତ୍ତି ହୋଇଥିଲା। ପ୍ରବାସୀଙ୍କ ଫେରିବା ସଂଖ୍ୟା କମିଯାଇଥିବାରୁ ପଞ୍ଚାୟତରେ କୋଭିଡ୍‌ କେୟାର ହୋମ୍‌ କାର୍ଯ୍ୟକାରୀ ହେବ। ଏହା ମଧ୍ୟରେ କୌଣସି ପ୍ରବାସୀ ଆସିଲେ ପଞ୍ଚାୟତକୁ ନେଇ କ୍ଳଷ୍ଟରସ୍ତରରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ସେମାନେ ସଙ୍ଗରୋଧରେ ରହିବେ। ସେହିପରି ସହରାଞ୍ଚଳରେ କୋଭିଡ୍‌ ପରିଚାଳନା ପାଇଁ ୱାର୍ଡସ୍ତରୀୟ କମିଟି ଓ ରାଜସ୍ବ ଗ୍ରାମରେ ଗ୍ରାମ୍ୟସ୍ତରୀୟ କୋଭିଡ୍‌ ପରିଚାଳନା କମିଟି ଗଠନ ହେବ। ଗ୍ରାମ୍ୟସ୍ତରୀୟ କୋଭିଡ୍‌ ପରିଚାଳନା କମିଟିର କାର୍ଯ୍ୟ ସମୀକ୍ଷା ପାଇଁ ହୋଇଥିବା ବ୍ୟବସ୍ଥା ସମ୍ପର୍କରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଡି. କେ. ସିଂହ, ନିର୍ଦ୍ଦେଶକ ରାଜ୍ୟ ଗ୍ରାମ୍ୟ ବିକାଶ ଅନୁଷ୍ଠାନ (ଏସ୍‌ଆଇଆର୍‌ଡି) ରାଜେଶ ପାଟିଲ ଓ ଯୁଗ୍ମ ନିର୍ଦ୍ଦେଶକ ସରୋଜ ଦାସଙ୍କ ସମେତ ବିଭାଗୀୟ କର୍ମକର୍ତ୍ତା ଓ ୟୁନିସେଫର କର୍ମଚାରୀ ଯୋଗଦେଇ ପ୍ରଶିକ୍ଷଣ ଦେଇଥିଲେ। ଜିଲାସ୍ତରରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାକେଶ କୁମାର କୁଣ୍ଡୁ ଏହି ଭିଡିଓ କନଫରେନ୍ସ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri