ରତ୍ନବେଦିରେ ମହାପ୍ରଭୁ

ଢେଙ୍କାନାଳ ଅଫିସ, ୩।୭

ଢେଙ୍କାନାଳ ଶ୍ରୀବଳରାମ ମନ୍ଦିରରେ ଗୁରୁବାର ନୀଳାଦ୍ରି ବିଜେ ନୀତି ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଛି। ରାତି ସାଢ଼େ ୮ଟାରେ ମହାପ୍ରଭୁଙ୍କୁ ଅସ୍ଥାୟୀ ମଣ୍ଡପରୁ ପହଣ୍ଡି କରି ରତ୍ନବେଦିକୁ ନିଆଯାଇଥିଲା। ଯୁବରାଜ ଅମରଜ୍ୟୋତି ସିଂଦେଓ ଠାକୁରଙ୍କ ପହଣ୍ଡି କରିଥିଲେ। ରାତି ୯ଟାରେ ଲକ୍ଷ୍ମୀନାରାୟଣ କଳି ସହ ଅନ୍ୟାନ୍ୟ ନୀତି କରାଯାଇଥିଲା। ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ ତ୍ରିପାଠୀ, ଜିମାଦାର ବସନ୍ତ ରଥ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ସମସ୍ତଙ୍କୁ କ୍ଷୀରି ପ୍ରସାଦ ବଣ୍ଟନ କରାଯାଇଥିଲା। ଚଳିତ ବର୍ଷ କରୋନା କଟକଣା ଯୋଗୁ ପ୍ରତୀକାତ୍ମକ ଭାବେ ଶ୍ରୀବଳରାମ ମନ୍ଦିର ପରିସରରେ ରଥଯାତ୍ରା, ବାହୁଡାଯାତ୍ରା, ସୁନାବେଶ ଅନୁଷ୍ଠିତ ହୋଇଥିଲା। ଶ୍ରଦ୍ଧାଳୁଙ୍କୁ ମନ୍ଦିର ପ୍ରବେଶ ପାଇଁ ବାରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri