ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା

ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ ନଦୀକୁ ଡେଇଁପଡ଼ି ନିଖୋଜ ହୋଇଯାଇଛନ୍ତି। ତାଙ୍କ ଘର ଚାନ୍ଦବାଲି ଥାନା ଅନ୍ତର୍ଗତ ପାଞ୍ଚପଡ଼ା ଗାଁରେ। ଘାଟ ଦାୟିତ୍ୱରେ ଥିବା ଅନ୍ତର୍ଦେଶୀୟ ଜଳ ପରିବହନ ସଂସ୍ଥା(ଆଇଡବ୍ଲ୍ୟୁଟି)ର କର୍ମଚାରୀ ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିବାରେ ଅବହେଳା ପ୍ରଦର୍ଶନ କରିବାରୁ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ଆଇଡବ୍ଲ୍ୟୁଟି ଅଫିସରେ ପଶି ଭଙ୍ଗାରୁଜା କରିଥିଲେ। ପରେ ସେମାନେ ବସ୍‌ଷ୍ଟାଣ୍ଡରେ ଟାୟାର ଜାଳି ଭଦ୍ରକ-ଚାନ୍ଦବାଲି ରାସ୍ତାକୁ ଅବରୋଧ କରିଥିଲେ। ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ, ଜିତୁନ ଜଣେ ଘରୋଇ ଗାଡ଼ି ଚାଳକ। ଅପରାହ୍ନରେ ସେ ଲଞ୍ଚ ଘାଟରେ କିଛି ସମୟ ବସିବା ପରେ ନିଜର ସାର୍ଟ, ପ୍ୟାଣ୍ଟ, ଜୋତା ଓ ମୋବାଇଲ ଘାଟରେ ରଖି ନଦୀକୁ ଡେଇଁ ପଡ଼ିଥିଲେ। ସେ ନଦୀରେ ଭାସୁଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ କେତେଜଣ ସାଙ୍ଗ ଉଦ୍ୟମ କରିଥିଲେ। ଘାଟରେ ଥିବା ସରକାରୀ ମୋଟର ଲଞ୍ଚ ସହାୟତାରେ ତାଙ୍କୁ ଉଦ୍ଧାର କରାଯିବାକୁ ଲୋକେ ଦାବି କରିଥିଲେ। ଆଇଡବ୍ଲ୍ୟୁଟି କର୍ମଚାରୀଙ୍କ ଅନୁପସ୍ଥିତି ଯୋଗୁ ଲଞ୍ଚ ନେବାରେ ବିଳମ୍ବ ହୋଇଥିଲା। ଶେଷରେ ଘରୋଇ ଡଙ୍ଗା ସହାୟତାରେ ସେମାନେ ଖୋଜାଖୋଜି କରିଥିଲେ। ଉଦ୍ଧାର କାର୍ଯ୍ୟରେ ଆଇଡବ୍ଲ୍ୟୁଟିର ଅସହଯୋଗ କାରଣରୁ ପରିସ୍ଥିତି ଜଟିଳ ରୂପ ନେଇଥିଲା। ପୋଲିସ ସେଠାରେ କେତେକ ଲଞ୍ଚ କର୍ମଚାରୀଙ୍କୁ ସୁରକ୍ଷା ଯୋଗାଇଥିଲା। ପରେ ଲଞ୍ଚ ସହାୟତାରେ ଅଗ୍ନିଶମ କର୍ମଚାରୀ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧ୍ୟା ସୁଦ୍ଧା ନିଖୋଜ ଜିତୁନଙ୍କ ସନ୍ଧାନ ମିଳି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri